ସାରଙ୍ଗଧରପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୧୦ମ ପୁରସ୍କାର ବିତରଣୀ ଓ ବାର୍ଷିକ ଉତ୍ସବ ୨୦୨୫-୨୬ ଅନୁଷ୍ଠିତ

add-all

ଯୋଗ ଦେଲେ ନୟାଗଡ଼ ଜିଲ୍ଲାପାଳ

ନୟାଗଡ଼,୧୮/୦୨(ନିସର୍ତ୍ତ) : ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ସାରଙ୍ଗଧର ପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୧୦ମ ପୁରସ୍କାର ବିତରଣୀ ଓ ବାର୍ଷିକ ଉତ୍ସବ ୨୦୨୫-୨୬ ,ଶିଶୁ ବିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟା ଛବିରାଣୀ ନାୟକଙ୍କ ଆବାହକତ୍ୱରେ ବୁଧବାର ଦିନ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ସଭାପତି ମାଧବ ଚନ୍ଦ୍ର ମହାପାତ୍ରଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବରେ ନୟାଗଡ଼ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ, ମୁଖ୍ୟବକ୍ତା ରାଜସୁନାଖଳା ସଙ୍କୁଳ ପ୍ରମୁଖ ସାନନ୍ଦ କୁମାର ସାହୁ, ସମ୍ମାନିତ ଅତିଥି ଭାବରେ ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇ.ଦେବାଶିଷ ପଟ୍ଟନାୟକ, ରଣପୁର ବ୍ଲକ ଅଧ୍ୟକ୍ଷା ନିର୍ମଳା ବେହେରା,ଡାକ୍ତର ଦେବାଶିଷ ପରିଡ଼ା ,
ସମାଜସେବୀ ସଞ୍ଜୁରାଣୀ ମିଶ୍ର , ସମାଜସେବୀ ସୁଭାଷିନୀ ତ୍ରିପାଠୀ,ଲୋଧାଚୁଆ ସରପଞ୍ଚ ସ୍ମିତା ରାଉତରାୟ, ଶିଶୁ ବିଦ୍ୟା ମନ୍ଦିରର ସମ୍ପାଦକ ପ୍ରଫୁଲ୍ଲ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ। ବିଦ୍ୟା ମନ୍ଦିରର କୁନି କୁନି ଛାତ୍ରୀ ମାନଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ ଓ ନୃତ୍ୟ ପରବେଷଣ କରାଯାଇ ଅତିଥି ମାନଙ୍କୁ ସ୍ଵାଗତ କରାଯାଇଥିଲା। ଏହି ଅବସରରେ ବିଦ୍ୟାଳୟରେ ପ୍ରଥମ ସ୍ଥାନ ଅଧିକାର କରିଥିବା କୃତ୍ତ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ପରିଶେଷରେ କୁନି କୁନି ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସୁନ୍ଦର ସାଂସ୍କୃତିକ କାର୍ଯ୍ୟକ୍ରମର ପରିବେଷଣ କରାଯାଇଥିଲା।

ad-week
Leave A Reply

Your email address will not be published.