ନନ୍ଦିଘୋର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ବାର୍ଷିକ ଉତ୍ସବ ପାଳନ

add-all

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ନନ୍ଦିଘୋର ପଞ୍ଚାୟତ ନନ୍ଦିଘୋର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଚତୁର୍ଦ୍ଦଶ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟ ପ୍ରତିଷ୍ଠାତା ସମ୍ପାଦକ ଅବିନାଶ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲା ଶିକ୍ଷା ପ୍ରମୁଖ ଶ୍ରୀଧର ସାହୁ, ସିଆରସିସି ଉମାକାନ୍ତ ପ୍ରଧାନ, ନନ୍ଦିଘୋର ନୂଆସାହିର ସଭାପତି ସୁରେନ୍ଦ୍ର କୁମାର ବେହେରା, ଉପଦେଷ୍ଟା ସୁରେନ୍ଦ୍ର କୁମାର ମିଶ୍ର ପ୍ରମୁଖ ମଞ୍ଚାସୀନ ହୋଇ ବିଭିନ୍ନ ପ୍ରତିଯୋଗିତାରେ ସଫଳ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବଣ୍ଟନ କରିଥିଲେ ।

ଶିଶୁ ମାନଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭାର ବିକାଶ ଏବଂ ସୃଜନଶୀଳତା ବୃଦ୍ଧି ନିମନ୍ତେ ପାରିପାର୍ଶିକ ଶିକ୍ଷାର ପ୍ରୟୋଗଶାଳା ହେଉଛି ବିଦ୍ୟାଳୟର ବାର୍ଷିକ ଉତ୍ସବ ବୋଲି ଅତିଥିମାନେ ମତ ପ୍ରକାଶ କରିଥିଲେ ।ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ସତ୍ୟନାରାୟଣ ସାହୁ ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଓଡ଼ଗାଁ ଗାଇଡାନ୍ସ ପବ୍ଲିକ ସ୍କୁଲର ଅଧ୍ୟକ୍ଷ ରଞ୍ଜନ କୁମାର ସାହୁ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।ଏହି କାର୍ଯ୍ୟକ୍ରମରେ ଶିଶୁ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅତ୍ୟନ୍ତ ହୃଦୟସ୍ପର୍ଶୀ ହୋଇଥିଲା ।

ad-week
Leave A Reply

Your email address will not be published.