ଦେଶର ସୁରକ୍ଷାରେ CISFର ଭୂମିକା ଗୁରୁତ୍ବପୂର୍ଣ୍ଣ: ଅମିତ ଶାହ

add-all

କଟକ : ନକ୍ସଲ ମୁକ୍ତରେ CISFର ବଡ଼ ଅବଦାନ । ମୁଣ୍ଡଳିରେ CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେଇ CISFର ଭୂମିକାକୁ ପ୍ରଶଂସା କଲେ ଅମିତ ଶାହ । ସମୟ ସହିତ ନିଜକୁ ଗଢ଼ିଛି CISF । ଦେଶର ସୁରକ୍ଷାରେ CISFର ଭୂମିକା ଗୁରୁତ୍ବପୂର୍ଣ୍ଣ । ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ ବୋଲି କହିଛନ୍ତି ଶାହ । CISF ହାତରେ ସୁରକ୍ଷିତ ରହିଛି ଦେଶର ବନ୍ଦର । ୩୧ ମାର୍ଚ୍ଚ ୨୦୨୬ ସୁଦ୍ଧା ନକ୍ସଲବାଦ ମୁକ୍ତ ଲକ୍ଷ୍ୟ ରହିଛି। ନକ୍ସଲମୁକ୍ତ ଅଭିଯାନରେ ସୁରକ୍ଷାବଳଙ୍କ ଭୂମିକା ଅନନ୍ୟ । CISF ଯବାନ କଠିନ ପରିସ୍ଥିତିରେ କର୍ତ୍ତବ୍ୟପାଳନ କରିଆସୁଛନ୍ତି ।

କଟକ ପରେ ପାରଦୀପ ଗସ୍ତ କରିବେ ଶାହ। ସେଠାରେ ୧ଟା ୪୫ ମିନିଟରେ ସଲଫ୍ୟୁରିକ ଏସିଡ ପ୍ଲାଣ୍ଟର ଲୋକାର୍ପଣ କରିବେ। ପାରାଦୀପରେ କାର୍ଯ୍ୟକ୍ରମ ସାରି ଭୁବନେଶ୍ବର ଫେରିବେ ଗୃହ ମନ୍ତ୍ରୀ । ଭୁବନେଶ୍ୱରରେ ଜାତୀୟ ଫୋରେନସିକ୍ ସାଇନ୍ସ ୟୁନିଭର୍ସିଟି (NFSU) ର ସ୍ଥାୟୀ କ୍ୟାମ୍ପସ ପାଇଁ ଶିଳାନ୍ୟାସ କରିବେ। ଏହା ସହିତ ଏହାର ଅସ୍ଥାୟୀ କ୍ୟାମ୍ପସକୁ ମଧ୍ୟ ଉଦଘାଟନ କରିବେ। ଏହି ବିଶ୍ୱବିଦ୍ୟାଳୟ ପାଇଁ ଓଡ଼ିଶା ସରକାର ୪୦ ଏକର ଜମି ଯୋଗାଇ ଦେଇଛନ୍ତି । ସେ କେନ୍ଦ୍ରୀୟ ଫୋରେନସିକ୍ ସାଇନ୍ସ ଲାବୋରେଟୋରୀ (CFSL) ର ମଧ୍ୟ ଭୂମି ପୂଜନ କରିବେ। ଭୁବନେଶ୍ୱରରେ ନୂଆ ନ୍ୟାୟ ସଂହିତା ଉପରେ ଏକ ପ୍ରଦର୍ଶନୀର ଉଦଘାଟନ କରିବା ସହ ଏକ ମୋବାଇଲ୍ ଫୋରେନସିକ୍ ଭ୍ୟାନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ। ଏହା ସହ ଭର୍ଚୁଆଲ୍ ମାଧ୍ୟମରେ ଅନେକ ନୂଆ ଥାନା ବିଲଡିଂର ଉଦଘାଟନ କରିବେ। ଏହି ଅବସରରେ IIT ଭୁବନେଶ୍ୱର ଏବଂ ରାଷ୍ଟ୍ରୀୟ ରକ୍ଷା ବିଶ୍ୱବିଦ୍ୟାଳୟ ସହ ବୁଝାମଣାପତ୍ର (MoU) ସ୍ୱାକ୍ଷରିତ ହେବ। ସଂଧ୍ୟାରେ ଦିଲ୍ଲୀ ଫେରିଯିବେ। ଶାହଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ad-week
Leave A Reply

Your email address will not be published.