ଭିଜିଲାନ୍ସ ଜାଲରେ OAS ବାବୁ, ବ୍ୟାଙ୍କରେ ଜମା ଅଛି ୭ କୋଟିରୁ ଅଧିକ ଟଙ୍କା, ନଗଦ ୨ ଲକ୍ଷ ୧୫ ହଜାର ଟଙ୍କା ଜବତ

newyr25

କଟକ: ଭିଜିଲାନ୍ସ ଜାଲରେ OAS ବାବୁ । କଟକ କଣ୍ଟାପଡା ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଯାଞ୍ଚ କରୁଛି ଟିମ୍ ।OAS ବାବୁଙ୍କ ବ୍ୟାଙ୍କରେ ୭ କୋଟିରୁ ଅଧିକ ଜମା । ଏବେ ସୁଦ୍ଧା ନଗଦ ୨ ଲକ୍ଷ ୧୫ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ । ଲକ୍ଷାଧିକ ଟଙ୍କାର ସୁନାଗହଣା ଓ ୧୦ରୁ ଅଧିକ ବ୍ୟାଙ୍କ ପାସବୁକ ଜବତ ହୋଇଛି । କଟକ କଣ୍ଟାପଡା ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ରେଡ୍ । ଏକକାଳୀନ ୭ଟି ସ୍ଥାନରେ ଚଢାଉ ଚାଲିଛି । ଆୟ ବର୍ହିଭୂତ ସମ୍ପତ୍ତି ଯାଞ୍ଚ କରୁଛି ଟିମ୍ । କଟକ, ଭୁବନେଶ୍ୱର, ପୁରୀ ଓ କେନ୍ଦ୍ରାପଡାର ୭ଟି ସ୍ଥାନରେ ରେଡ୍ ଚାଲିଛି ।

ଭୁବନେଶ୍ବର ସହିଦନଗରରେ ରହିଛି ୩ମହଲା ବିଲ୍ଡିଂ । ଏହାସହ ଏକ ନିର୍ମାଣଧୀନ ୩ ମହଲା କୋଠା ରହିଛି । ପୈତୃକ ଘର ପୁରୀ ଜିଲ୍ଲା ଗଡିଶାଗଡ଼ ଥାନା ଦୁଛିଆରେ ରେଡ୍ କରୁଛି ଟି ମ୍ । ସେପଟେ ଭୁବନେଶ୍ବର ଲକ୍ଷ୍ମୀସାଗର ଓ କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇରେ ଥିବା ସମ୍ପର୍କୀୟଙ୍କ ଘର, କଣ୍ଟାପଡାରେ ଥିବା ସରକାରୀ କ୍ବାର୍ଟର୍ସ ଓ କାର୍ଯ୍ୟାଳୟରେ ଯାଞ୍ଚ କରୁଛି ଟିମ୍ । ଚଢ଼ାଉରେ ଭିଜିଲାନ୍ସର ଦୁଇ ଜଣ ଅତିରିକ୍ତ ଏସପି, ୮ ଜଣ ଡ଼ିଏସପି, ୧୧ ଜଣ ଇନିସ୍ପେକ୍ଟର, ୫ ଏଏସଆଇ ଓ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି ।

Leave A Reply

Your email address will not be published.