
ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସୀମାନ୍ତ ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ କପିଲାଭଟା ଗାଁରେ ଅଭାବନୀୟ ଘଟଣା । ସ୍ୱାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ । ଗୁରୁତର ଆହତ ଅବସ୍ଥାରେ ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତି। ସୂଚନା ଅନୁସାରେ , କପିଲାଭଟା ଗାଁର ନୃପ ବିଶି ପେଟ ଓ ଶ୍ଵାସ ରୋଗରେ ଆକ୍ରାନ୍ତ ହୋଇ ଖଡ଼ିଆଳ ମିଶନ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।
ଆଜି ତାଙ୍କର ମୃତ୍ୟୁ ଘଟିଥିଲା । ଏହି ମୃତ୍ୟୁ ଖବର ଶୁଣିବା ପରେ ତାଙ୍କ ସ୍ତ୍ରୀ ବୈଜୟନ୍ତୀ ବିଶି ନିଜ ଘର ଛାତ ଉପରୁ ତଳକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଗୁରୁତର ଆହତ ଅବସ୍ଥାରେ ତାଙ୍କ ପରିବାର ଲୋକେ ଉଦ୍ଧାର କରି ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତି କରିଛନ୍ତି । ଏବେ ବୈଜୟନ୍ତିଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିରଥିବା ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟ କେନ୍ଦ୍ର କତୃପକ୍ଷଙ୍କ ପକ୍ଷରୁ ଜଣାପଡିଛି ।