ନାମଲେଖା ପାଇଁ ସଂରକ୍ଷଣ ବ୍ୟବସ୍ଥା, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

add-all

ଭୁବନେଶ୍ୱର,୦୫/୦୪: ଓଡ଼ିଶାର ମେଡ଼ିକାଲ, ଇଞ୍ଜିନିୟରିଂ, କୃଷି ଓ ପ୍ରଯୁକ୍ତି ବିଦ୍ୟାଭିତ୍ତିକ ଶିକ୍ଷା ପାଠ୍ୟକ୍ରମରେ ନାମଲେଖା ପାଇଁ ସଂରକ୍ଷଣ ବ୍ୟବସ୍ଥାକୁ କ୍ୟାବିନେଟରେ ମଞ୍ଜୁର କରିଥିବାରୁ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଧାନମନ୍ତ୍ରୀଙ୍କ ‘ସବକା ସାଥ୍, ସବକା ବିକାଶ’ ଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଶା ସରକାର ନେଇଥିବା ଏହି ନିଷ୍ପତ୍ତି ଏକ ଐତିହାସିକ ପଦକ୍ଷେପ । ଏହା ଡବଲ ଇଞ୍ଜିନ ସରକାରଙ୍କ ‘ଅନ୍ତ୍ୟୋଦୟ ସଂକଳ୍ପ’ ଅର୍ଥାତ୍ ସମାଜର ଶେଷ ଧାଡ଼ିରେ ଥିବା ବ୍ୟକ୍ତିଙ୍କ ବିକାଶର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି ।

ପ୍ରଥମ ଥର ପାଇଁ ଡାକ୍ତରୀ, ବୈଷୟିକ, କୃଷି ଓ ଆନୁସଙ୍ଗିକ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଏସଇବିସି ଛାତ୍ରଛାତ୍ରୀଙ୍କ ନିମନ୍ତେ ୧୧.୨୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥାକୁ କ୍ୟାବିନେଟ୍ ମଞ୍ଜୁରୀ ସ୍ୱାଗତଯୋଗ୍ୟ । ଏସଟି ଛାତ୍ରଛାତ୍ରୀଙ୍କ ପାଇଁ ସଂରକ୍ଷଣକୁ ୧୨ ପ୍ରତିଶତ ରୁ ୨୨.୫୦ ପ୍ରତିଶତ ଏବଂ ଏସସି ପାଇଁ ୮ ପ୍ରତିଶତରୁ ୧୬.୨୫ ପ୍ରତିଶତକୁ ବୃଦ୍ଧି ନିଷ୍ପତି ପ୍ରଶଂସନୀୟ । ଅନୁରୋଧକୁ ରଖିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଗତ ୬ ଅଗଷ୍ଟ୨୦୨୫ ଓ ୧୭ ଏପ୍ରିଲ ୨୦୨୫ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏ ସମ୍ପର୍କରେ ପତ୍ର ଲେଖିଥିଲେ କେନ୍ଦ୍ରମନ୍ତ୍ରୀ । ଧର୍ମେନ୍ଦ୍ରଙ୍କ ଅନୁରୋଧ କ୍ରମେ ୧୪ ମେ ୨୦୨୫ରେ ଏସଇବିସି ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଥମ ଥର ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ୧୧.୨୫ ପ୍ରତିଶତ ଆସନ ସଂରକ୍ଷଣ ଦେବା ପାଇଁ ଓଡ଼ିଶା ରାଜ୍ୟ କ୍ୟାବିନେଟ୍ ମଞ୍ଜୁର ଦେଇଥିଲା ।

Leave A Reply

Your email address will not be published.