ସମ୍ବିଧାନ ସଂଶୋଧନ ବିଲ୍ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

add-all

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ। ସମ୍ବିଧାନ ସଂଶୋଧନ ବିଲ୍ ପ୍ରସଙ୍ଗରେ ଚିଠି ଲେଖିଛନ୍ତି ନବୀନ ପଟ୍ଟନାୟକ। ଏହି ବିଲ୍ ଦ୍ବାରା ଲୋକସଭା ଆସନ ସଂଖ୍ୟା ବଢ଼ିବ ବୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି । ‘ଲୋକସଭା ଆସନ ସଂଖ୍ୟା ବଢ଼ିଲେ ଓଡ଼ିଶା ପ୍ରଭାବିତ ହେବ’। ଓଡ଼ିଶା ଲୋକସଭା ଆସନ ସଂଖ୍ୟା ୨୧ ରହିଛି, ବୃଦ୍ଧି ହେଲେ ୨୯ ହେବ। ୪୮ ଘଣ୍ଟା ମଧ୍ୟରେ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡକାଯାଉ ବୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି ।

ସୂଚନାଯୋଗ୍ୟ, ଗତ ଦୁଇମାସ ତଳେ, ଓଡ଼ିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ । ଓଡ଼ିଶାରେ ରେଳ ସଂଯୋଗୀକରଣକୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୋତ୍ସାହନ ଦେଇ କେନ୍ଦ୍ର ସରକାର ପୋତ୍ତନୁର ଏବଂ ଧାନବାଦକୁ ସଂଯୋଗ କରିବା ପାଇଁ ନୂତନ ଅମୃତ ଭାରତ ଟ୍ରେନ୍ ସେବା ଆରମ୍ଭ କରିବାକୁ ଅନୁମୋଦନ କରିଥିଲେ। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏହି ସୂଚନା ଦେଇଥିଲେ ।

ଓଡ଼ିଶା-ତାମିଲନାଡୁ-ଝାଡ଼ଖଣ୍ଡ ମଧ୍ୟରେ ରେଳ ସେବାକୁ ସୁଦୃଢ଼ କରିବ ବୋଲି ଏହି ପତ୍ର ମାଧ୍ୟମରେ ଜଣାଇଥିଲେ ରେଳମନ୍ତ୍ରୀ । ରାଜ୍ୟରେ ରେଳ ସଂଯୋଗକୁ ଉଲ୍ଲେଖନୀୟ ଭାବରେ ବୃଦ୍ଧି କରିବା ପାଇଁ ଏହି ନୂତନ ଅମୃତ ଭାରତ ଟ୍ରେନ ସେବାକୁ ଅନୁମୋଦନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ରେଳ ମନ୍ତ୍ରୀ ବୈଷ୍ଣବଙ୍କୁ ନିଜ X ହ୍ୟାଣ୍ଡେଲ ମାଧ୍ୟମରେ ଧନ୍ୟବାଦ ଜଣାଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ad-week
Leave A Reply

Your email address will not be published.