
ଯାଜପୁର ରୋଡ଼: ତହସିଲଦାରଙ୍କୁ ଟ୍ରାକ୍ଟର ଚଢାଇ ହତ୍ୟା ଉଦ୍ୟମ ଘଟଣାରେ ୭ ଗିରଫ । ୬ ଟ୍ରାକ୍ଟର ସହ ଜେସିବି ମେସିନ ଜବତ । ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲଦାର ପ୍ରଶାନ୍ତ କୁମାର ପଣ୍ଡାଙ୍କୁ ହତ୍ୟା ଉଦ୍ୟମ କରାଯାଇଥିଲା । ବେଆଇନ ମାଟି ଚୋରିକୁ ରୋକିବାକୁ ଯାଇଥିବାବେଳେ ଆକ୍ରମଣ କରିଥିଲେ ଦୁର୍ବୃତ୍ତ । ଗୁରୁତର ଅବସ୍ଥାରେ କୋରେଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାର ତଦନ୍ତ କରି ଜମି ମାଲିକ, ୬ ଟ୍ରାକ୍ଟର ଡ୍ରାଇଭର, ଜେସିବି ଡ୍ରାଇଭର ସମେତ ୭ଜଣଙ୍କୁ ଗିରଫ କରିଛି ପୋଲିସ । ବ୍ୟାସନଗର ତହସିଲଦାର ପ୍ରଶାନ୍ତ କୁମାର ପଣ୍ଡାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି । ଗୋଡ଼ରେ ଗଭିର ଆଘାତ ଲାଗିଛି । ସୂଚନା ମୁତାବକ ଲଘୁ ଖଣିଜ ଲୁଟ୍ ହେଉଥିବା ନେଇ ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ସମୟରେ ଟ୍ରାକ୍ଟର ଚଢ଼ାଇ ଦେଇଥିଲେ ଦୁର୍ବୃତ୍ତ ।
ଏକ ଘରୋଇ ହସ୍ପିଟାଲର ପ୍ଲାଷ୍ଟିକ ସର୍ଜରୀ ବିଭାଗରେ ଭର୍ତ୍ତୀ କରାଯାଇଛି । ସୂଚନା ମୁତାବକ ଲଘୁ ଖଣିଜ ଲୁଟ୍ ହେଉଥିବା ନେଇ ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ସମୟରେ ବ୍ୟାସନଗର ତହସିଲଦାରଙ୍କ ଉପରେ ଟ୍ରାକ୍ଟର ଚଢ଼ାଇ ଦେଇଥିଲେ ଦୁର୍ବୃତ୍ତ । ପ୍ରଥମେ କୋରେଇ ମେଡ଼ିକାଲରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତହସିଲଦାରଙ୍କୁ କଟକକୁ ସ୍ଥାନାନ୍ତର କରାଯାଇଥିଲା । ଏବେ ତହସିଲଦାରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଅଛି ।
