ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୦୯ ମେ ୨୦୨୬ ରେ

add-all

ବ୍ରହ୍ମପୁର : ଜାତୀୟ ଆଇନ ସେବା ପ୍ରାଧିକରଣ ଏବଂ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ଙ୍କ ନିର୍ଦ୍ଧେଶ କ୍ରମେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଗଞ୍ଜାମ ,ବ୍ରହ୍ମପୁର ପକ୍ଷରୁ ୦୯/୦୫/୨୦୨୬ ତାରିଖ ଶନିବାର ଦିନ ଚଳିତ ବର୍ଷର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ବ୍ରହ୍ମପୁର ସିଭିଲ କୋର୍ଟ ପରିସର ରେ ଅନୁଷ୍ଠିତ ହେବ ବୋଲି ସଚିବ ଶ୍ରୀ ବ୍ୟୋମକେଶ ନାୟକ ସୂଚନା ଦେଇଛନ୍ତି ।

ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ମକଦ୍ଦମା ଯେପରିକି,ଦୀର୍ଘ ଦିନ ହେବ କୌଣସି ମକଦ୍ଦମା ଯଦି କୋର୍ଟରେ ବିଚାରଧୀନ ଅଛି ଅଥବା କୌଣସି ବିବାଦ ର ସହଜ ତଥା ଆପୋଷ ସମାଧାନ ପାଇଁ ଚାହୁଁଛନ୍ତି, ତା’ହେଲେ ଲୋକ ଅଦାଲତ ର ସାହାଯ୍ୟ ନେଇପାରିବେ l ଏହା ସହିତ ଦେୱାନୀ, ଫୌଜଦାରୀ (ସାଲିସ୍ ଯୋଗ୍ୟ), ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ବ୍ୟାଙ୍କ ଋଣ, ବିଦ୍ୟୁତ୍ ଓ ଜଳଯୋଗାଣ, ପାରିବାରିକ, ଜମି ଅଧିଗ୍ରହଣ, ଶ୍ରମ ବିବାଦ, ଚେକ୍ ବାଉନ୍ସ ମାମଲା ଇତ୍ୟାଦିର ଆପୋଷ ସହମତିରେ ସମାଧାନ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ କରାଯିବ ଏବଂ ଏଥିସହ ପ୍ରାକ୍ ମକଦ୍ଦମା ସ୍ତରୀୟ (କଚେରୀରେ ଦାୟର ହୋଇନଥିବା) ବ୍ୟାଙ୍କ ଋଣ ବିବାଦ, ଶ୍ରମବିବାଦ, ପାରିବାରିକ ବିବାଦ ଇତ୍ୟାଦିର ମଧ୍ୟ ସମାଧାନ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ କରାଯିବ l ସରଳ ଓ ସହଜ ସମାଧାନ ତଥା ଆର୍ଥିକ ଏବଂ ସମୟ ଅପଚୟରୁ ମୁକ୍ତି ପାଇବା ପାଇଁ ଏହି ସୁଯୋଗର ଲାଭ ଉଠାନ୍ତୁ l ସବିଶେଷ ବିବରଣୀ ନିମନ୍ତେ ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସହ ଯୋଗାଯୋଗ କରିପାରିବେ l

ad-week
Leave A Reply

Your email address will not be published.