ବିଧାନସଭାର ଦିନିକିଆ ସ୍ଵତନ୍ତ୍ର ଅଧିବେଶନ ଲାଗି ୩୦ ପ୍ଲାଟୁନ ଫୋର୍ସ ମୁତୟନ

add-all

ଭୁବନେଶ୍ବର: ଆସନ୍ତାକାଲି ବିଧାନସଭାର ଦିନିକିଆ ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା କଡ଼ାକଡ଼ି । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ସହ ଜଗିବେ ୩୦ ପ୍ଲାଟୁନ୍ ପୋଲିସ ଫୋର୍ସ । ଆଜି ବିଧାନସଭା ସୁରକ୍ଷା ତଦାରଖ କଲେ ପୋଲିସ କମିସନର । ଅତିରିକ୍ତ ପୋଲିସ କମିଶନରଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀ ମଧ୍ୟ ସୁରକ୍ଷା ଯାଞ୍ଚ କରିଛନ୍ତି। କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ୩୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହେବ। ଏଥିପାଇଁ ୧୦୦ ଅଫିସରଙ୍କ ସହ ଷ୍ଟ୍ରାଇକିଂ ଫୋର୍ସ, ଏସଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ ସ୍କ୍ବାଡ ଓ ଅଗ୍ନିଶମ ବାହିନୀ ମଧ୍ୟ ନିୟୋଜିତ ରହିବେ ।

ଅଧିବେଶନ ଆରମ୍ଭ ପୂର୍ବରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣୀ କରାଯିବା ସହ ବ୍ୟାରିକେଡିଂ କରାଯାଇଛି । ଲୋୟର ପିଏମଜିରେ ୧୪୪ ଧାରା ଜାରି କରାଯିବ। ସିସିଟିଭି ସର୍ଭେଲାନ୍ସ ଦ୍ବାରା ବିଧାନସଭା ଓ ଆଖପାଖ ଅଞ୍ଚଳ ସମ୍ପୂର୍ଣ୍ଣ ପୋଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ।

nis-ad
Leave A Reply

Your email address will not be published.