
ଭୁବନେଶ୍ବର: ଆସନ୍ତା ସୋମବାର ଅର୍ଥାତ ମେ ୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିେଯାଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ।
ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପକୁ ଆଖି ଆଗରେ ରଖି ବଡ଼ ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ। ଆସନ୍ତା ସୋମବାର ଅର୍ଥାତ ମେ ୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିେଯାଗ ଶୁଣାଣି ବନ୍ଦ ରହିବ। ତେବେ ପରବର୍ତ୍ତୀ ଅଭିେଯାଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ଶାସନ ଓ ସାଧାରଣ ଅଭିେଯାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
