ବାଲିଅନ୍ତା ହତ୍ୟାକାଣ୍ଡ ନେଇ ଡିଜିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

add-all

ଭୁବନେଶ୍ୱର: ବାଲିଅନ୍ତା ବର୍ବରକାଣ୍ଡକୁ ନେଇ ସାରା ରାଜ୍ୟରେ ଚାଞ୍ଚଲ୍ୟ । ଯୁବକଙ୍କୁ ପିଟିପିଟି ହତ୍ୟା ମାମଲାରେ ୫ ଜଣଙ୍କୁ ଗିରଫ କରିଛିି ପୋଲିସ ଭାଇରାଲ ଭିଡିଓ ଆଧାରରେ ଅନ୍ୟ ଅଭିଯୁକ୍ତଙ୍କୁ ଖୋଜୁଛି ସ୍ପେସିଆଲ ଟିମ୍। ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ ଥାନା ବାହାରେ ହୋହାଲ୍ଲା ଚାଲିଥିଲା। ପୋଲିସ ଓ ଗ୍ରାମବାସୀଙ୍କ ମଧ୍ୟରେ ଚାପା ଉତ୍ତେଜନା ଦେଖିବାକୁ ମିଳିଥିଲା। ଅନ୍ୟପଟେ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ତେବେ ବାଲିଅନ୍ତାରେ କାହିଁକି ଉପୁଜିଲା ଅଭାବନୀୟ ସ୍ଥିତି, ଏନେଇ ଉଦବେଦ ପ୍ରକାଶ କରି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଏହି ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆଙ୍କ ସହିତ କଥା ହୋଇଛନ୍ତି। ଘଟଣାର ପୁଙ୍ଖାନୁପୁଙ୍ଖ ଯାଞ୍ଚ୍ କରିବା ସହିତ ଦୋଷୀମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଭଳି ଭିଡ଼ ହତ୍ୟା ଘଟଣାର ଯେପରି ପୁନରାବୃତ୍ତି ନହୁଏ, ସେଥିପ୍ରତି ପୋଲିସ ପ୍ରଶାସନ ଓ ପୋଲିସ ବାହିନୀ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ରାଜ୍ୟରେ ଆଇନର ଶାସନ ପ୍ରତିଷ୍ଠା କରିବା ପାଇଁ ପୋଲିସ କଠୋରରୁ କଠୋରତମ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସହିତ ମଧ୍ୟ ଆଲୋଚନା କରିଛନ୍ତି। ଘଟଣାର ସମସ୍ତ ଦିଗ ପ୍ରତି ସଚେତନ ରହି ପ୍ରକୃତ ସତ୍ୟ ଖୋଜି ବାହାର କରିବା ପାଇଁ କହିଛନ୍ତି। ଏହି ଘଟଣାରେ ଯେଉଁ ମହିଳାମାନଙ୍କ ସହିତ ଦୁର୍ବ୍ୟବହାର ହୋଇଥିବାର ଅଭିଯୋଗ ହୋଇଛି, ସେମାନଙ୍କ ସହିତ ଆଲୋଚନା କରିବାକୁ ଅଧ୍ୟକ୍ଷା ଶ୍ରୀମତୀ ମହାନ୍ତି ଶୁକ୍ରବାର ବାଲିଅନ୍ତା ଯିବେ ବୋଲି ଜଣା ଯାଇଛି।

ad-week
Leave A Reply

Your email address will not be published.