ଆସନ୍ତାକାଲିଠାରୁ ଦୁଇ ଦିନ ଧରି ରାଜ୍ୟରେ ହେବ ବର୍ଷା : ସାତୋଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣି…

add-all

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ 3 ଏବଂ 4 ତାରିଖରେ ଦୁଇଦିନ ଧରି ଓଡିଶାର କେତେକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ବର ପାଣିପାଗ ବିଭାଗ ସତର୍କ ସୂଚନା ଜାରୀ କରିଛି। ଏଥିସହିତ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ତରଫରୁ ମଧ୍ୟ ସତର୍କ ଜାରୀ କରାଯାଇଛି।

ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ମୟୁରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାର ଗୋଟିଏ ରୁ ଦୁଇଟି ସ୍ଥାନରେ ବଜିୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡିକରେ 3 ଏବଂ 4 ତାରିଖ ପାଇଁ ୟେଲୋ ୱାର୍ଣ୍ଣି ଜାରୀ କରାଯାଇଛି।

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର , କେନ୍ଦ୍ରାପଡା, କଟକ, ଜଗତସିଂହପରୁ , ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ରୁ ଦୁଇଟି ସ୍ଥାନରେ ବଜିୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡିକରେ 4 ଓ 5 ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ମୁଖ୍ୟତଃ ପଶ୍ଚିମା ଝଡ ଆଗମନର ଆଶଙ୍କା ତଥା ବଙ୍ଗୋପସାଗର ମଧ୍ୟରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଅତ୍ୟଧିକ ମାତ୍ରାରେ ଉର୍ମ-ଜଳୀୟବାଷ୍ପର ପ୍ରଭାବରେ, ୩ ରୁ୪ ଫେବୃଆରୀ ୨୦୨୨ ମଧ୍ୟରେ ଓଡିଶାର ଏହିସବୁ ଜିଲ୍ଲାରେ ମଧ୍ୟମ ଧରଣର ବୃଷ୍ଟିପାତର ସମ୍ଭାବନା ରହିଛି।

ଏହି ପଶ୍ଚିମା ଝଡ ପ୍ରଭାବରେ କିଛି ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷାର ସମ୍ଭାବନା ମଧ୍ୟ ରହିଛି। ଏହି ପାଣିପାଗ ପ୍ରଭାବରେ ମୁଖ୍ୟତଃ କୃଷି କ୍ଷେତ୍ରରେ ପ୍ରଭାବ ପଡିବାର ସମ୍ଭାବନା ରହିଛି।

ad-week
Leave A Reply

Your email address will not be published.