ଦକ୍ଷିଣ-ପଶ୍ଚିମ ମୌସୁମୀ ପାଇଁ ପାଗ ଅନୁକୂଳ !

add-all

ଭୁବନେଶ୍ଵର:ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୂଳ ସମ୍ଭାବନା। ଏ ନେଇ ‘ଏକ୍ସ’ରେ ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ଚଳିତ ସପ୍ତାହର ଶେଷ ଆଡ଼କୁ ଦକ୍ଷିଣ ବଙ୍ଗୋପସାଗରକୁ ଛୁଇଁବା ଆଶା। ଆଣ୍ଡାମାନ ସାଗର, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଆସିବା ସମ୍ଭାବନା।

ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ଶ୍ରୀଲଙ୍କା ଉପକୂଳ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା।

ad-week
Leave A Reply

Your email address will not be published.