
ବ୍ରହ୍ମପୁର : ଆଜି ଶନିବାର ସକାଳେ ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଏକ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଆରମ୍ଭ ହୋଇ ଏହି ପଦଯାତ୍ରା କମାପଲ୍ଲୀ ଛକ ଓ ଉପଜିଲ୍ଲାପାଳଙ୍କ ବାସଭବନ ଦେଇ ପୁଣି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଶେଷ ହୋଇଥିଲା।

ଉପଜିଲ୍ଲାପାଳ ଶ୍ରୀ ଅବିନାଶ କୁମାରଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ପଦଯାତ୍ରାରେ ବ୍ରହ୍ମପୁର ଉପଖଣ୍ଡର ସମସ୍ତ ତହସିଲଦାର , ଅତିରିକ୍ତ ଉପଜିଲ୍ଲାପାଳ ଶ୍ରୀମତୀ ରିନା କୁମାରୀ ନାୟକ, ଡେପୁଟି କଲେକ୍ଟର ଶ୍ରୀ ସୁବ୍ରତ ରାମ ବିରାମ ଶତପଥୀ ଏବଂ ନିର୍ବାଚନ ଡେପୁଟି କଲେକ୍ଟର ଶ୍ରୀ ଅଲେଖ ରଞ୍ଜନ ମହାଙ୍କୁଡ ପ୍ରମୁଖ ଯୋଗଦେଇଥିଲେ। ଏଥିସହ ଉପଜିଲ୍ଲାପାଳ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ, ସମସ୍ତ ବି ଏଲ ଓ, ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ମଧ୍ୟ ପଦଯାତ୍ରାରେ ସାମିଲ ହୋଇ ଏସ ଆଇ ଆର୍ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିଥିଲେ।ପଦଯାତ୍ରାରେ ସାମିଲ ହୋଇଥିବା ସମସ୍ତେ ହାତରେ ସଚେତନତା ପ୍ଲାକାର୍ଡ ଧରି ଭୋଟର ତାଲିକାର ସଠିକତା ଓ ଏସ ଆଇ ଆର ର ଆବଶ୍ୟକତା ସମ୍ପର୍କରେ ଅବଗତ କରାଇଥିଲେ l
ଆଜି ୩୦ ମେ ୨୦୨୬ ଠାରୁ ୨୮ ଜୁନ୍ ୨୦୨୬ ପର୍ଯ୍ୟନ୍ତ ବୁଥ ସ୍ତରୀୟ ଅଧିକାରୀ ମାନେ ଘରକୁ ଘର ଯାଇ ପରିଗଣନା ଫର୍ମ ବଣ୍ଟନ ଓ ସଂଗ୍ରହ କରିବେ। ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ଭୋଟରଙ୍କୁ BLO ଙ୍କୁ ସହଯୋଗ କରିବା ସହ ଆବଶ୍ୟକ ପ୍ରମାଣପତ୍ର ପ୍ରସ୍ତୁତ ରଖିବାକୁ ଅନୁରୋଧ କରାଯାଉଛି।
