ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରଦୀପ୍ତ କୁମାର ପଟ୍ଟନାୟକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ରଙ୍ଗଣିପାଟଣା ଓ ସରଧାପୁର ଗ୍ରାମ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ (PEO) ପ୍ରଦୀପ୍ତ କୁମାର ପଟ୍ଟନାୟକଙ୍କ ଅବସର ଗ୍ରହଣ ଅବସରରେ ବ୍ଲକ ସଭାଗୃହଠାରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଗ୍ରାମପଞ୍ଚାୟତ ଅଧିକାରୀଙ୍କ କାର୍ଯ୍ୟାଳୟ ତଥା ସମସ୍ତ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ ଏବଂ ବିଡ଼ିଓ ପ୍ରିତିବାଳା ରଣା ଅତିଥି ଭାବେ ଯୋଗ ଦେଇଥିଲେ। ଅତିଥିମାନେ ଶ୍ରୀ ପଟ୍ଟନାୟକଙ୍କୁ ମାନପତ୍ର ଓ ଉପହାର ପ୍ରଦାନ କରି ସମ୍ବର୍ଦ୍ଧିତ କରିବା ସହ ତାଙ୍କର ସଫଳ ଓ ନିଷ୍ଠାପର କାର୍ଯ୍ୟକାଳର ପ୍ରଶଂସା କରିଥିଲେ। ଏହି ସଭାରେ ବ୍ଲକର ଅନ୍ୟ ସମସ୍ତ କର୍ମଚାରୀ ଓ ସହକର୍ମୀମାନେ ଉପସ୍ଥିତ ରହି ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ।

ad-week
Leave A Reply

Your email address will not be published.