କୋଟପାଡ଼ରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି : ୫୮ଟି ଅଭିଯୋଗ ମଧ୍ୟରୁ ୭ଟିର ତୁରନ୍ତ ସମାଧାନ

add-all

କୋଟପାଡ଼ (ବସନ୍ତ ପେଗଡ଼): କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକ ସଭାଗୃହ ପରିସରରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନ ଏବଂ ଆରକ୍ଷୀ ଅଧିକ୍ଷକ (SP) ରୋହିତ ବର୍ମା ଏଥିରେ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ସମସ୍ୟାର ଶୁଣାଣି କରିଥିଲେ।

ଆଜିର ଏହି ଶିବିରରେ ମୋଟ ୫୮ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥିମଧ୍ୟରୁ ୪୦ଟି ସାମୂହିକ ଅଭିଯୋଗ ହୋଇଥିବା ବେଳେ ୧୮ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା। ଜିଲ୍ଲାପାଳ ପ୍ରତ୍ୟେକ ଅଭିଯୋଗକାରୀଙ୍କ ସମସ୍ୟାକୁ ଗମ୍ଭୀରତାର ସହ ଶୁଣିବା ପରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ବିଶେଷ କରି ୭ଟି ଅଭିଯୋଗର ସମାଧାନ ଘଟଣାସ୍ଥଳରେ ହିଁ କରାଯାଇଥିଲା।

ଏହି ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାଏକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ନିର୍ବାହୀ ଅଧିକାରୀ ବେଣୁଧର ଶବର, ଆଇ.ଏ.ଏସ. (ପ୍ରୋବେସନର) ଅନୁପ ନାୟକ ଏବଂ ଜୟପୁର ଉପଜିଲ୍ଲାପାଳ ଯଦୁମଣି ନାୟକ ଉପସ୍ଥିତ ଥିଲେ। ଏଥିସହିତ କୋଟପାଡ଼ ଗୋଷ୍ଠୀ ଉନ୍ନୟନ ଅଧିକାରୀ (BDO) ସନ୍ଧ୍ୟା ସମରଥଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ad-week
Leave A Reply

Your email address will not be published.