କଳାହାଣ୍ଡି : ମାଓବାଦୀଙ୍କ ଲ୍ୟାଣ୍ଡ ମାଇନ ବିସ୍ଫୋରଣରେ ସାମ୍ବାଦିକ ମୃତ…

add-all

କଳାହାଣ୍ଡି: ମାଓବାଦୀଙ୍କ ଲ୍ୟାଣ୍ଡ ମାଇନ ବିସ୍ଫୋରଣରେ ଜଣେ ସାମ୍ବାଦିକଙ୍କ ମୃତ୍ୟୁ ଘଟିଛି। ଖବର ସଂଗ୍ରହ ପାଇଁ ଯାଇଥିବା ବେଳେ ଲ୍ୟାଣ୍ଡ ମାଇନ ବିସ୍ଫୋରଣ ଘଟି ସାମ୍ବାଦିକଙ୍କ ମୃତ୍ୟୁ ହୋଇଛି। ମୃତ ସାମ୍ବାଦିକ ମୋହନଗିରୀ ଅଞ୍ଚଳର ରୋହିତ ବିଶ୍ବାଳ ବୋଲି ଜଣାପଡିଛି।

ସୂଚନା ଅନୁଯାୟୀ, ମଦନପୁର ରାମପୁର ଡମ୍ବ କର୍ଲାଖୁଣ୍ଟା ନିକଟରେ ମାଓବାଦୀ ମାନେ ପୋଷ୍ଟର ଲଗାଇଥିଲେ। ନିର୍ବାଚନ ବର୍ଜନ କରିବା ସହ ଅନେକ ଦାବି ପୋଷ୍ଟରରେ ଉଲ୍ଲେଖ ଥିଲା। ତେଣୁ ଏହାର ଖବର ସଂଗ୍ରହ କରିବାକୁ ସାମ୍ବାଦିକ ରୋହିତ ବିଶ୍ବାଳ ଘଟଣାସ୍ଥଳକୁ ଯାଇଥିଲେ। କିନ୍ତୁ ମାଓବାଦୀମାନେ ପୂର୍ବରୁ ଟାର୍ଗେଟ କରି ଲ୍ୟାଣ୍ଡ ମାଇନ ବିଛାଇଥିଲେ। ଯାହାଫଳରେ ରୋହିତ ଏହି ଲ୍ୟାଣ୍ଡ ମାଇନର ଶିକାର ହୋଇଥିଲେ। ଲ୍ୟାଣ୍ଡ ମାଇନ ବିସ୍ଫୋରଣ ଯୋଗୁଁ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଥିଲା।

ad-week
Leave A Reply

Your email address will not be published.