ଆଜି ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ନବ…

add-all

ଭୁବନେଶ୍ୱର: ‘ସବ୍‌କା ସାଥ୍‌, ସବ୍‌କା ବିକାଶ, ସବ୍‌କା ବିଶ୍ୱାସ, ସବ୍‌କା ପ୍ରୟାସ’କୁ ପାଥେୟ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଗତ ୧ ତାରିଖ ଦିନ ଉପସ୍ଥାପନା କରିଥିବା “ବଜେଟ-୨୦୨୨”କୁ ଦେଶବ୍ୟାପୀ ପ୍ରଶଂସା ମିଳିଛି। ମୋଦି ସରକାରଙ୍କ ‘ଆତ୍ମନିର୍ଭର ଅର୍ଥବ୍ୟବସ୍ଥା’ ଏବଂ “ବଜେଟ-୨୦୨୨” ପ୍ରସଙ୍ଗରେ ଦେଶବାସୀଙ୍କୁ ବିସ୍ତୃତ ତଥ୍ୟ ଜଣାଇବା ପାଇଁ କେନ୍ଦ୍ରମନ୍ତ୍ରୀମାନେ ବିଭିନ୍ନ ରାଜ୍ୟ ଗସ୍ତ କରିବେ।

ଏହି ପରିପ୍ରେକ୍ଷୀରେ ଆସନ୍ତା କାଲି କେନ୍ଦ୍ର ରେଳ ଏବଂ ସୁଚନା ଓ ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ ଆସନ୍ତା କାଲି ମଧ୍ୟାହ୍ନ ୧୨.୦୫ ଟାରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀ ଏବଂ ଅପରାହ୍ନ ୪ଟାରେ କଟକସ୍ଥିତ ଶାରଳା ଭବନରେ ଆୟୋଜିତ ବୁଦ୍ଧିଜୀବି ସମ୍ମିଳନୀରେ ଯୋଗ ଦେବେ ବୋଲି ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର ସୁଚନା ଦେଇଛନ୍ତି।

ad-week
Leave A Reply

Your email address will not be published.