ଅନୁଗୋଳରେ ୨୨ ଓ ସୁବର୍ଣ୍ଣପୁରରେ ୨୦ ପର୍ଯ୍ୟନ୍ତ ବଢ଼ିଲା ଗ୍ରୀଷ୍ମଛୁଟି ଅବଧି

add-all

ଭୁବନେଶ୍ବର : ଆସନ୍ତାକାଲି ରାଜ୍ୟର ସମସ୍ତ ସ୍କୁଲ ଖୋଲିବାକୁ ଥିବା ବେଳେ ଅନୁଗୋଳ ଜିଲ୍ଲାରେ ୨୨ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମଛୁଟିକୁ ବଢ଼ାଇ ଦିଆଯାଇଛି।ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଜୁନ ୨୨ ତାରିଖ ପର୍ଯ୍ୟନ୍ତ ଜିଲ୍ଲାରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ। ଜିଲ୍ଲାରେ ସରକାରୀ ଓ ବେସରକାରୀ ସ୍କୁଲମାନଙ୍କ ପାଇଁ ଏହି ନିର୍ଦ୍ଧେଶାନାମା ଜାରି କରାଯାଇଛି। ସେହିଭଳି ଭାବରେ  ସୁବର୍ଣ୍ଣପୁରରେ ୨୦ ତାରିଖ ଯାଏ ସ୍କୁଲ ଛୁଟି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ୩ ଦିନ ବଢ଼ିଲା ସ୍କୁଲ ଛୁଟି । ଜିଲ୍ଲା ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଛି ।

ଜିଲ୍ଲାର ସବୁ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ୨୦ ତାରିଖ ଯାଏ ବନ୍ଦ ରହିବ ।ଯଦି ଏହି ସମୟରେ କିଛି ପରୀକ୍ଷା ଥାଏ, ତା’ହେଲେ ସକାଳୁଆ ହେବ ବୋଲି ଜିଲ୍ଲାପାଳଙ୍କ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶରେ କୁହାଯାଇଛି। ସେଥିପାଇଁ ଶିକ୍ଷାର୍ଥୀ ଓ କର୍ମଚାରୀମାନଙ୍କ ପାଇଁ ବିଶୁଦ୍ଧ ପାନୀୟ ଜଳ ସହିତ ହିଟ୍‌ୱେଭ୍‌ର ମୁକାବିଲା ପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳ ଶିକ୍ଷାନୁଷ୍ଠାନଗୁଡ଼ିକର ମୁଖ୍ୟମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।  ତେବେ ଆସନ୍ତା ୧୮ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଖୋଲିବା ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଥିଲେ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ରାଜ୍ୟ ସରକାର ମେ’ ୧୨ରୁ ଜୁନ୍ ୧୮ ପର୍ଯ୍ୟନ୍ତ ଗ୍ରୀଷ୍ମ ଛୁଟି ଘୋଷଣା କରିଥିଲେ । 

ad-week
Leave A Reply

Your email address will not be published.