ଲମତାପୁଟ ବ୍ଲକରେ ମିଳିତ ଜନଶୁଣାଣି ଶିବିର: ୫୪ଟି ଅଭିଯୋଗର ଶୁଣାଣି

add-all

ଲମତାପୁଟ : ଲମତାପୁଟ ବ୍ଲକ କାର୍ଯ୍ୟାଳୟ ପରିସରରେ ସୋମବାର ଦିନ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନ ଏବଂ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ (ଏସପି) ରୋହିତ ବର୍ମା ପ୍ରମୁଖ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ସମସ୍ୟାର ପ୍ରତ୍ୟକ୍ଷ ଶୁଣାଣି କରିଥିଲେ। ଏଥିସହ ସମସ୍ୟାଗୁଡ଼ିକର ତୁରନ୍ତ ସମାଧାନ ଦିଗରେ ପଦକ୍ଷେପ ନେବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ଶିବିରରେ ମୋଟ ୫୪ଟି ସଙ୍ଗୀନ ଅଭିଯୋଗ ପତ୍ର ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ୧୪ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ହୋଇଥିବା ବେଳେ ୪୦ଟି ସାମୁହିକ ବା ଅଞ୍ଚଳ ଭିତ୍ତିକ ସମସ୍ୟା ରହିଥିଲା, ଯାହାର ସ୍ଥଳସୂଚନା ଆଧାରରେ ଶୁଣାଣି କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର, ଉପ-ଜିଲ୍ଲାପାଳ ପ୍ରେମ ଲାଲ ହିଆଲଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଓ ବ୍ଲକ ପ୍ରଶାସନର କର୍ମଚାରୀମାନେ ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.