କୁନ୍ଦ୍ରା ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ: ୫୬ଟି ଅଭିଯୋଗର ଶୁଣାଣି, ୮ଟିର ତୁରନ୍ତ ସମାଧାନ

add-all

କୁନ୍ଦ୍ରା/କୋରାପୁଟ : କୋରାପୁଟ ଜିଲ୍ଲା କୁନ୍ଦ୍ରା ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ମିଳିତ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନ ଏବଂ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ (ଏସପି) ରୋହିତ ବର୍ମା ପ୍ରମୁଖ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ସମସ୍ୟାର ପ୍ରତ୍ୟକ୍ଷ ଶୁଣାଣି କରିଥିଲେ। ଜନସାଧାରଣଙ୍କ ଦ୍ୱାରା ଆଗତ ବିଭିନ୍ନ ସମସ୍ୟାଗୁଡ଼ିକର ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଦେଇଛନ୍ତି।

୫୬ଟି ଅଭିଯୋଗର ଶୁଣାଣି

ଏହି ମିଳିତ ଜନଶୁଣାଣି ଶିବିରରେ ସ୍ଥାନୀୟ ଅଞ୍ଚଳରୁ ମୋଟ ୫୬ଟି ଅଭିଯୋଗ ପତ୍ର ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ୩୧ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଥିବାବେଳେ ୨୫ଟି ସାମୂହିକ ସମସ୍ୟା ସମ୍ପର୍କିତ ଥିଲା। ଆଗତ ଅଭିଯୋଗଗୁଡ଼ିକ ମଧ୍ୟରୁ ପ୍ରଶାସନ ପକ୍ଷରୁ ସେହି ସ୍ଥାନରେ ହିଁ ୮ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇ ସମ୍ପୃକ୍ତ ହିତାଧିକାରୀଙ୍କୁ ସହାୟତା ପ୍ରଦାନ କରାଯାଇଥିଲା। ବାକି ଅଭିଯୋଗଗୁଡ଼ିକୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସମାଧାନ କରିବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ତାଗିଦ୍ କରିଛନ୍ତି।

ବହୁ ଉଚ୍ଚପଦସ୍ଥ ଅଧିକାରୀ ଉପସ୍ଥିତ

ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର, ଜୟପୁର ଉପଜିଲ୍ଲାପାଳ ଯଦୁମଣି ନାୟକ, ଜିଲ୍ଲା ବନ ଅଧିକାରୀ (ଡିଏଫଓ), କୁନ୍ଦ୍ରା ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡିଓ), କୁନ୍ଦ୍ରା ତହସିଲଦାରଙ୍କ ସମେତ ଜିଲ୍ଲାସ୍ତରୀୟ ସମସ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଶିବିରରେ ବହୁ ସଂଖ୍ୟାରେ ସ୍ଥାନୀୟ ଜନସାଧାରଣ ଯୋଗଦେଇ ନିଜ ନିଜର ସମସ୍ୟା ପ୍ରଶାସନ ସମ୍ମୁଖରେ ଉପସ୍ଥାପନ କରିଥିଲେ।

ad-week
Leave A Reply

Your email address will not be published.