
ଉମରକୋଟ /ରାଇଘର, (୧୨/୦୭/୨୦୨୬) ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଅନ୍ତର୍ଗତ ଦେଓଭରଣ୍ଡି ଆଦିବାସୀ ଗ୍ରାମ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ହୃଦୟବିଦାରକ ଦୁର୍ଘଟଣାରେ ଗୋଟିଏ ପରିବାରର ୩ ଜଣଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଆଉ ୨ ଜଣ ଗୁରୁତର ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି।
ଦୁର୍ଘଟଣା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସ୍ଥାନୀୟ ଲୋକେ ତୁରନ୍ତ ଉଦ୍ଧାର କାର୍ଯ୍ୟରେ ସହଯୋଗ କରି ଆହତମାନଙ୍କୁ ନିକଟସ୍ଥ ଚିକିତ୍ସାଳୟକୁ ପଠାଇଥିଲେ। ସେଠାରେ ସେମାନଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି।
ଖବର ପାଇ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହଗୁଡ଼ିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି ଏବଂ ଦୁର୍ଘଟଣାର ପ୍ରକୃତ କାରଣ ସମ୍ପର୍କରେ ତଦନ୍ତ ଆରମ୍ଭ କରିଛନ୍ତି।
ଏହି ଅକାଳ ବିୟୋଗ ସମଗ୍ର ଅଞ୍ଚଳବାସୀଙ୍କୁ ସ୍ତବ୍ଧ କରିଦେଇଛି। ମୃତକ ଓ ଆହତମାନଙ୍କ ପରିଚୟ ସମ୍ପର୍କରେ ଅଧିକ ସୂଚନା ମିଳିବା ପରେ ବିସ୍ତୃତ ଖବର ପ୍ରକାଶ କରାଯିବ।
