ଦୁର୍ବଳ ହେଉଛି ଲଘୁଚାପ, ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

add-all

ଭୁବନେଶ୍ୱର :ଦୁର୍ବଳ  ହେଉଛି ଲଘୁଚାପ ।  ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଉତ୍ତର ଝାଡ଼ଖଣ୍ଡ ଉପରେ ଥିବା ଲଘୁଚାପ କ୍ରମଶଃ ଦୂର୍ବଳ ହେବାରେ ଲାଗିଛି ।  ତେବେ ଏହା ସହ ସମାନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୪.୫ କିମି ପର୍ଯ୍ୟନ୍ତ ବ୍ୟାପି ରହିଛି। ଦକ୍ଷିଣ ଓଡ଼ିଶା ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ମଧ୍ୟ ଏକ ସକ୍ରିୟ ଘୂର୍ଣ୍ଣିବଳୟ ରହିଛି ।  ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି ।

ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।  ଆସନ୍ତାକାଲି ମଧ୍ୟ ପ୍ରବଳ ବର୍ଷା ପାଇଁ ୭ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ରହିଛି ।  ୨୦ ତାରିଖରେ ମଧ୍ୟ ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ମୟୂରଭଞ୍ଜକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।  ୨୦ ତାରିଖ ପରେ ବର୍ଷାର ପରିମାଣ ସାମାନ୍ୟ ହ୍ରାସ ପାଇବ ।  କିନ୍ତୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୂ ସକ୍ରିୟ ରହିଥିବାରୁ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷାର ସମ୍ଭାବନା ରହିଛି ।

ad-week
Leave A Reply

Your email address will not be published.