
ବାଲିଗୁଡା, ତା, ୧୯/୦୭: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଗୁଣ୍ଡିଚା ମନ୍ଦିର ର ଆଡପ ମଣ୍ଡପରେ ଚତୁର୍ଥ ଦିନ ସନ୍ଧ୍ୟାରେ ଶ୍ରଦ୍ଧାଳୁ ଠାକୁର ବରାହ ଅବତାରରେ ଦର୍ଶନ ଦେଇଛନ୍ତି l ବଡ ସନ୍ଧ୍ୟା ଦର୍ଶନ ପାଇଁ ମନ୍ଦିର ଟ୍ରଷ୍ଟ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ ବହୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ମନ୍ଦିର ତରଫରୁ ଟ୍ରଷ୍ଟ ର ସମସ୍ତ ସଦସ୍ୟ ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ। ମାଉସୀ ମା’ ମନ୍ଦିର ନିକଟରେ ନବଦିନ ବ୍ୟାପି ପ୍ରସାଦ ବଣ୍ଟନ କରାଯିବା ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଜାରି ରହିଥିବା ବେଳେ ଶ୍ରୋତାମାନଙ୍କ ଗହଳି ହେଉଥିବା ଦେଖିବାକୁ ମିଳିଛି।
