
ଭୁବନେଶ୍ବର : ଶ୍ରୀକ୍ଷେତ୍ର ପୁରୀରେ ବାହୁଡ଼ା ଯାତ୍ରାକୁ ସୁରୁଖୁରୁରେ ଓ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ରାଜ୍ୟ ସରକାର ପକ୍ଷରୁ ପ୍ରସ୍ତୁତିକୁ ଆହୁରି ଜୋରଦାର କରାଯାଇଛି । ବାହୁଡ଼ା ଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଶ୍ରୀକ୍ଷେତ୍ରରେ ବାହୁଡ଼ା ଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବୈଠକ ।
ବାହୁଡ଼ା ଯାତ୍ରା ସହ ସୁନାବେଶ, ଅଧରପଣା ଓ ନୀଳାଦ୍ରିବିଜେ ପ୍ରସ୍ତୁତି ନେଇ ଆଲୋଚନା ହେଉଛି। ବୈଠକରେ ଉପ ମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀ, ମୁଖ୍ୟ ସଚିବ,ଉନ୍ନୟନ କମିଶନର ,ପୋଲିସ ମହାନିର୍ଦ୍ଦେଶକ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଅଛନ୍ତି ।
ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀ, ମୁଖ୍ୟ ସଚିବ, ଉନ୍ନୟନ କମିଶନର, ପୋଲିସ ମହାନିର୍ଦ୍ଦେଶକ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବାହୁଡ଼ା ଯାତ୍ରା ସମୟରେ ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଦର୍ଶନ, ଟ୍ରାଫିକ୍ ପରିଚାଳନା, ପାନୀୟ ଜଳ, ସ୍ୱାସ୍ଥ୍ୟସେବା, ପରିମଳ ବ୍ୟବସ୍ଥା ଓ ଜରୁରୀକାଳୀନ ସେବା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି ।
