ନୟାଗଡ ବ୍ଲକରେ ମଧୁବାବୁ ପେନସନ ଯୋଜନାର ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

add-all

ନୟାଗଡ଼: ନୟାଗଡ଼ ବ୍ଲକର ନୂତନ ସମ୍ମିଳନୀ କକ୍ଷଠାରେ ମଧୁବାବୁ ପେନସନ ଯୋଜନା ଅନ୍ତର୍ଗତ ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ମଞ୍ଚସ୍ଥ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଶ୍ରୀ କିଶୋର ଚନ୍ଦ୍ର ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀମତୀ ଐଶ୍ୱର୍ଯ୍ୟା ଭୁଇୟା, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରତିକାନ୍ତ ସାହୁଏବଂ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପ୍ରୀତମ କୁମାର ମହାରଣା ଉପସ୍ଥିତ ରହି ୨୬୦ ଜଣ ନୂତନ ଭାବେ ମଞ୍ଜୁରୀପ୍ରାପ୍ତ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରିଥିଲେ ।

ଏହି ବୈଠକର ମୁଖ୍ୟ ଉଦ୍ଦେଶ୍ୟ ଥିଲା ସରକାରଙ୍କ ସାମାଜିକ ସୁରକ୍ଷା ଯୋଜନାର ସଫଳ ରୂପାୟନ ଏବଂ ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ସଠିକ୍ ସମୟରେ ସହାୟତା ପହଞ୍ଚାଇବା । ସରକାରୀ ସେବାକୁ ସ୍ୱଚ୍ଛ ଓ ଲୋକାଭିମୁଖୀ କରିବା ପାଇଁ ଏହି ଅବସରରେ ବ୍ୟାପକ ଆଲୋଚନା କରାଯାଇଥିଲା । ଏହି ସମ୍ମିଳନୀରେ ସ୍ଥାନୀୟ ସରପଞ୍ଚ, ସମିତି ସଭ୍ୟ ଏବଂ ବ୍ଲକର ସମସ୍ତ କର୍ମଚାରୀ ଯୋଗ ଦେଇ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ ।

ad-week
Leave A Reply

Your email address will not be published.