
କୋରାପୁଟ /ବନ୍ଧୁଗାଁ : ସ୍ଥାନୀୟ ବନ୍ଧୁଗାଁ ପଞ୍ଚାୟତ ସମିତି ସଭାଗୃହରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଶିବିରରେ କୋରାପୁଟ ଅତିରିକ୍ତ ଜିଲ୍ଲାପାଳ ନରେଶ ଚନ୍ଦ୍ର ଶବର ଏବଂ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ସମସ୍ୟାର ପ୍ରତ୍ୟକ୍ଷ ଶୁଣାଣି କରିଥିଲେ। ସେମାନେ ଅଭିଯୋଗଗୁଡ଼ିକର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଆବଶ୍ୟକୀୟ ନିର୍ଦ୍ଦେଶ ପ୍ରଦାନ କରିଥିଲେ।

ଶିବିରରେ ମୋଟ ୩୪ ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୬ଟି ବ୍ୟକ୍ତିଗତ ଏବଂ ୧୮ଟି ସାମୂହିକ ଅଭିଯୋଗ ଥିଲା।ଏହି କାର୍ଯ୍ୟକ୍ରମରେ କୋରାପୁଟ ଜିଲ୍ଲାର ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
