ଶ୍ରୀମନ୍ଦିରରେ ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୧ ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

add-all

ପୁରୀ: ପୁରୀ ଶ୍ରୀମନ୍ଦିରରେ ଆଜି ପାଳନ ହେବ ବନକଲାଗି ନୀତି । ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ପବିତ୍ର ବନକଲାଗି ନୀତି ପାଇଁ ଆଜି ସନ୍ଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ, ଅର୍ଥାତ୍ ପ୍ରାୟ ୫ ଘଣ୍ଟା ଧରି ଶ୍ରୀମନ୍ଦିରରେ ସାଧାରଣ ଭକ୍ତଙ୍କ ଦର୍ଶନ ବନ୍ଦ ରହିବ । ଦତ୍ତ ମହାପାତ୍ର ସେବାୟତମାନେ ପାରମ୍ପରିକ ରୀତିନୀତି ଅନୁଯାୟୀ ଏହି ସେବା ସମ୍ପନ୍ନ କରନ୍ତି । ଏହା ଶ୍ରୀଜୀଉମାନଙ୍କ ଶ୍ରୀବିଗ୍ରହର ସୌନ୍ଦର୍ଯ୍ୟ ଓ ପବିତ୍ରତା ରକ୍ଷା ସହ ଜଡ଼ିତ ଏକ ଗୁରୁତ୍ୱପୂର୍ଣ୍ଣ ନୀତି ।

ଏହି ସମୟ ମଧ୍ୟରେ କେବଳ ସେବାୟତମାନେ ନୀତିକାନ୍ତି ସମ୍ପନ୍ନ କରିବେ । ବନକଲାଗି ନୀତି ହେଉଛି ଶ୍ରୀଜୀଉମାନଙ୍କ ଶ୍ରୀଅଙ୍ଗରେ ପ୍ରାକୃତିକ ଔଷଧୀୟ ଲେପ ଓ ରଙ୍ଗ ଲଗାଇବାର ଏକ ପ୍ରାଚୀନ ପରମ୍ପରା । ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ ।

ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଏହି ସମୟରେ ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରୁହେ ।

ad-week
Leave A Reply

Your email address will not be published.