ଖୋର୍ଦ୍ଧା ଜିଲ୍ଲାରେ ଦୁଇ ଦିନ ସ୍କୁଲ ଛୁଟି, ଶିକ୍ଷକମାନେ ଉପସ୍ଥିତ ରହିବାକୁ ଜିଲ୍ଲାପାଳଙ୍କ କଡ଼ା ନିର୍ଦ୍ଦେଶ

add-all

ଭୁବନେଶ୍ୱର : ଖୋର୍ଦ୍ଧା ଜିଲ୍ଲାରେ ଦୁଇ ଦିନ ସ୍କୁଲ ବନ୍ଦ । ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ସ୍କୁଲ ବନ୍ଦ ଘୋଷଣା କରାଯାଇଛି । ଜିଲ୍ଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ଜିଲ୍ଲାପାଳ । ଅଗଷ୍ଟ ୧ ତାରିଖରେ ସ୍କୁଲ ଖୋଲିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଶିକ୍ଷକମାନେ ସ୍କୁଲରେ ଉପସ୍ଥିତ ରହିବେ । ଆସନ୍ତା ଚାରି ଦିନ ପର୍ଯ୍ୟନ୍ତ କୌଣସି ପ୍ରକାର ଛୁଟି ଦିଆଯିବ ନାହିଁ । ବିନା କାରଣରେ ମୁଖ୍ୟାଳୟ ନ ଛାଡ଼ିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି । ସମ୍ଭାବ୍ୟ ବନ୍ୟା ପରିସ୍ଥିତିରେ ସ୍କୁଲ ଓ ଆବଶ୍ୟକୀୟ ଭିତ୍ତିଭୂମିକୁ ପ୍ରସ୍ତୁତ ରଖିବାକୁ ପ୍ରଧାନଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ସ୍କୁଲଗୁଡ଼ିକୁ ୨୪ ଘଣ୍ଟା ଖୋଲା ରଖିବା ପାଇଁ ରୋଷ୍ଟର ଡ୍ୟୁଟି ବ୍ୟବସ୍ଥା କରିବା ଏବଂ ଜିଲ୍ଲା ପ୍ରଶାସନକୁ ଆବଶ୍ୟକ ସହଯୋଗ ଯୋଗାଇବାକୁ କୁହାଯାଇଛି ।

ସୂଚନା ଥାଉକି, ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି । ବନ୍ୟାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଏବଂ ସମ୍ବଲପୁର ଜିଲାର ପ୍ରାୟ ୫୭ଟି ବ୍ଲକରେ ୫ ଲକ୍ଷ ୨୬ ହଜାର ୮୦୦ ଲୋକ ପ୍ରଭାବିତ ହୋଇଥିବାବେଳେ ଢେଙ୍କାନାଳରେ ୪ ଏବଂ କେନ୍ଦୁଝରରେ ୨ ଜଣଙ୍କ ମୃତ୍ୟୁ ହୋଇଛି।

ad-week
Leave A Reply

Your email address will not be published.