
ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପୂର୍ବରୁ ଭୁବନେଶ୍ବର ରେଳ ଷ୍ଟେସନରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ । ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୋଲିସ କମିଶନର । ଭୁବନେଶ୍ୱର ଡିସିପି, IB ଅଧିକାରୀ, ଷ୍ଟେସନ୍ ନିର୍ଦ୍ଦେଶକ ଉପସ୍ଥିତ ଥିଲେ । ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅଗଷ୍ଟ ୩ ତାରିଖରେ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି । ଏହାପରେ ୪ ତାରିଖରେ ଭୁବନେଶ୍ୱର ରେଳ ଷ୍ଟେସନରୁ ଟ୍ରେନ୍ ଯୋଗେ ବ୍ରହ୍ମପୁର ଗସ୍ତ କରିବେ । ରାଷ୍ଟ୍ରପତିଙ୍କ ଏହି ଗସ୍ତକୁ ନଜରରେ ରଖି ଭୁବନେଶ୍ୱର ରେଳ ଷ୍ଟେସନରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ କମିଶନର ଏସ ଦେବଦତ୍ତ ସିଂ । ତାଙ୍କ ସହ ଡିସିପି, ଡିସିପି ହେଡକ୍ୱାର୍ଟର୍ସ, ରେଳ ଷ୍ଟେସନ ଡାଇରେକ୍ଟରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ । ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଯେପରି ସୁରକ୍ଷାରେ କୌଣସି ତ୍ରୁଟି ନରହେ, ସେନେଇ କଡ଼ାକଡ଼ି ଯାଞ୍ଚ କରାଯାଇଛି ।
