ବୈପାରିଗୁଡ଼ାଠାରେ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ

add-all

କୋରାପୁଟ : ବୈପାରିଗୁଡ଼ା ବ୍ଲକ କାର୍ଯ୍ୟାଳୟ ପରିସରରେ ସୋମବାର କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଜନଶୁଣାଣି ଶିବିରରେ କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନ ଏବଂ ପ୍ରୋବେସନାରୀ ଅଫିସର, କୋରାପୁଟ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗର ପ୍ରତ୍ୟକ୍ଷ ଶୁଣାଣି କରିଥିଲେ। ଜନସାଧାରଣଙ୍କ ଅଭିଯୋଗଗୁଡ଼ିକର ତ୍ୱରିତ ସମାଧାନ ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ ପାଇଁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଆବଶ୍ୟକୀୟ ନିର୍ଦ୍ଦେଶ ପ୍ରଦାନ କରିଥିଲେ।
ଶିବିରରେ ସମୁଦାୟ 53 ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ସେଥିମଧ୍ୟରୁ 42ଟି ବ୍ୟକ୍ତିଗତ ଅଭିଯୋଗ ଏବଂ 11ଟି ସାମୂହିକ ଅଭିଯୋଗ ରହିଥିଲା। ଏଥିମଧ୍ୟରୁ 6 ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା।
ଏହି ଜନଶୁଣାଣି ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର, ଜୟପୁର ଉପଜିଲ୍ଲାପାଳ ଯଦୁମଣି ନାଏକ, PAITDA, ଜୟପୁରର ତୃପ୍ତି ବରାଇ, ଜିଲ୍ଲା ବନ ଅଧିକାରୀ କୋରାପୁଟ,ବୈପାରିଗୁଡ଼ା ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବୈପାରିଗୁଡ଼ା ତହସିଲଦାରଙ୍କ ସମେତ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ଓ ସମ୍ପୃକ୍ତ କର୍ମଚାରୀମାନେ ଉପସ୍ଥିତ ଥିଲେ।
ଜନଶୁଣାଣି ଶିବିର ମାଧ୍ୟମରେ ଜନସାଧାରଣଙ୍କ ସମସ୍ୟାକୁ ନିକଟରୁ ଶୁଣି ତାହାର ତ୍ୱରିତ ସମାଧାନ କରିବା ସହ ସରକାରୀ ଯୋଜନା ଓ ସେବାଗୁଡ଼ିକର ସୁଫଳ ଲୋକଙ୍କ ନିକଟରେ ପହଞ୍ଚାଇବା ଦିଗରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଗୁରୁତ୍ୱ ଦିଆଯାଉଛି।

ad-week
Leave A Reply

Your email address will not be published.