ଆସୁଛି ଆଉ ୨ ଲଘୁଚାପ, ୧୩ରୁ ୧୯ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା

add-all

ଭୁବନେଶ୍ବର: ପଛକୁ ପଛ ଆସୁଛି ଆଉ ୨ ଲଘୁଚାପ। ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଲୋ ପ୍ରେସର ଏରିଆ। ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଂକା ରହିଛି। ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି । ଆସନ୍ତା ୧୪ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା। ଆସନ୍ତା ୧୩ରୁ ୧୯ ଯାଏଁ ଓଡ଼ିଶା ସମେତ ପୂର୍ବ ଓ ଉତ୍ତର-ପୂର୍ବ ଭାରତରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବର୍ଷା ବିପତ୍ତି ଆଣୁଛି ଡବଲ ଲୋ ପ୍ରେସର। IMDର ଆକଳନ ଅନୁଯାୟୀ, ୧୨ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଅଗଷ୍ଟ ୧୪ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ତେବେ ସମ୍ଭାବ୍ୟ ଲଘୁଚାପର ଗତିପଥ, ତୀବ୍ରତା ଏବଂ କେଉଁ ଅଞ୍ଚଳରେ କେତେ ବର୍ଷା ହେବ, ସେନେଇ ଏବେଠାରୁ ସ୍ପଷ୍ଟ ଚିତ୍ର ମିଳିନାହିଁ। ୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର। ଏହି ୪ ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଂକା ରହିଛି। ବାକି ପ୍ରାୟ ସମସ୍ତ ଜିଲ୍ଲାକୁ ୟେଲୋ ଆଲର୍ଟରେ ରଖାଯାଇଛି। ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ୧୭ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଆଜି ୨୦ରୁ ଅଧିକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

ad-week
Leave A Reply

Your email address will not be published.