ସରକାରୀ ଉଚ୍ଚ ବିଦ୍ୟାଳୟର ୬୮ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ : ଗୁରୁବିନା ସମାଜ ଓ ଛାତ୍ରଛାତ୍ରୀମାନଙ୍କର ବିକାଶ ଅସମ୍ଭବ

add-all

ନୟାଗଡ଼ (ନିସର୍ତ୍ତ) : ବିଦ୍ୟାଳୟ କେବଳ ଏକ ଶିକ୍ଷାନୁଷ୍ଠାନ ନୁହେଁ। ଏହା ହେଉଛି ସ୍ୱପ୍ନ,ସଂସ୍କାର ଓ ସଫଳତାର ଭିତ୍ତି । ନୟାଗଡ ଜିଲ୍ଲା ରଣପୁର ଶିକ୍ଷା ବ୍ଲକ ଅନ୍ତର୍ଗତ ରାଜସୁନାଖଳା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ୬୮ତମ ପ୍ରତିଷ୍ଠା ଦିବସ ସୋମବାର ଦିନ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ବିଦ୍ୟାଳୟ ବିଷୟରେ କହିବା ସହିତ ବିଦ୍ୟାଳୟର ସମସ୍ତ ସମସ୍ୟା ଯଥା ସମ୍ଭବ ସମାଧାନ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ । ମୁଖ୍ୟବକ୍ତା ଭାବେ ଜିଲ୍ଲା ଶିକ୍ଷକ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ବିଜୟ କୁମାର ତ୍ରିପାଠୀ ଛାତ୍ରଛାତ୍ରୀଙ୍କ ସଫଳତା ପଛରେ ଶିକ୍ଷକ/ ଶିକ୍ଷୟିତ୍ରୀଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିଥାଏ ବୋଲି କହିଥିଲେ । ସମ୍ମାନିତ ଅତିଥି ଭାବେ ବିଜ୍ଞାନ ସୁପର ଭାଇଜର ଶରତ କୁମାର ସାହୁ , ରାଜସୁନାଖଳା ଫାଣ୍ଡି ଅଧିକାରୀ ସ୍ୱାଗତ କୁମାର ଦାସ, ସ୍ଥାନୀୟ ସରପଞ୍ଚ ଚିତ୍ତରଞ୍ଜନ ପ୍ରଧାନ, ସମିତି ସଭ୍ୟ ତପନ କୁମାର ପ୍ରଧାନ, ପରିଚାଳନା କମିଟି ସଭାପତି ସୁଦର୍ଶନ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ । ଏହି ଅବସରରେ ବିଦ୍ୟାଳୟର ଦଶମ ପରୀକ୍ଷାରେ ଏ୧ ପାଇଥିବା ଦୁଇ ଛାତ୍ରୀଙ୍କୁ ବିଦ୍ୟାଳୟ ପକ୍ଷରୁ ଉତ୍ତରୀୟ ଓ କପ୍ ପ୍ରଦାନ କରା ଯାଇଥିଲା। ଏଥି ସହିତ ବିଦ୍ୟାଳୟର ବିଭିନ୍ନ କ୍ଷେତ୍ରରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ହାସଲ କରିଥିବା କୃତ୍ତି ଛାତ୍ର ଛାତ୍ରୀମାନଙ୍କୁ ପୁରସ୍କୃତ କରା ଯାଇଥିଲା। ସନ୍ତୋଷ କୁମାର ବେହେରାଙ୍କ ନିର୍ଦ୍ଦେଶନାରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ନୀଳମାଧବ ନାଟକ ପରିବେଷଣ କରାଯାଇଥିଲା । ମଞ୍ଚ ପରିଚାଳନା ଶିକ୍ଷୟତ୍ରୀ ଲକ୍ଷ୍ମୀପ୍ରଭା ସାହୁ କରିଥିବା ବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ । ପରିଶେଷରେ ଲକ୍ଷ୍ମୀପ୍ରିୟା ରଣସିଂହ ଧନ୍ୟବାଦ ଅର୍ପଣ କରିଥିଲେ ।

ad-week
Leave A Reply

Your email address will not be published.