
ଭୁବନେଶ୍ୱର : ଭୀଷଣ ବର୍ଷିବ । ଜାରିହେଲା ରେଡ ଆର୍ଲଟ । ସମସ୍ତ ବନ୍ଦରକୁ ୩ ନମ୍ବର ବିପଦ ସଂକେତ ଜାରି। ଲଘୁଚାପ ପ୍ରଭାବରେ ଭୀଷଣ ବର୍ଷା ଆଶଙ୍କା। ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ସୃଷ୍ଟି ହେଲା ଲଘୁଚାପ। ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହା ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ପରବର୍ତୀ ୨୪ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବ।
ଏହାପରେ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ପ୍ରଭାବରେ ଆଗାମୀ ୨ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ଓ ଅତ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାରେ ବର୍ଷାର ଅଧିକ ପ୍ରଭାବ ରହିଵ। ଆସନ୍ତା ୨୪ ଘଣ୍ଟାରେ ଭୀଷଣ ବର୍ଷା ପାଇଁ ୨ ଜିଲ୍ଲା ବାଲେଶ୍ବର ଓ ଭଦ୍ରକକୁ ଜାରି ହେଲା ରେଡ ଆଲର୍ଟ।
ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହାସହ ୧୧ ଜିଲ୍ଲାରେ ପ୍ରବଳ ବିଜୁଳି ଘଡ଼ଘଡ଼ି ସମ୍ଭାବନା ପାଇଁ ଅରେଞ୍ଜ ଆର୍ଲଟ ଜାରି କରାଯାଇଛି। ଆସନ୍ତାକାଲି କେନ୍ଦୁଝରକୁ ରେଡ ଆର୍ଲଟ ଏବଂ ୯ ଜିଲ୍ଲାକୁ ଅରେଞ୍ଜ ଆର୍ଲଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ରାଜ୍ୟରେ ୧୬ ତାରିଖ ଯାଏ ବର୍ଷା ସହ ଗୋଟେ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଓଡ଼ିଶା ଉପକୂଳ ଓ ଆଖପାଖ ସମୁଦ୍ର ଅଂଚଳରେ ୧୪ ତାରିଖ ପର୍ଯ୍ୟନ୍ତ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ମଝିରେ ମଝିରେ ପନବର ବେଗ ୬୦ କିଲୋମିଟର ଛୁଇଁବା ସହ ଝଡ଼ପବନର ଆଶଙ୍କା ରହିଛି । ସମୁଦ୍ର ଅଶାନ୍ତ ରହିଥିବାରୁ ଆଜିଠାରୁ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ଏହାସହ ସମସ୍ତ ବନ୍ଦର ଗୁଡିକୁ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି।
