
ଭୁବନେଶ୍ୱର : ବର୍ଷାରେ ଭିଜି ଗାନ୍ଧିମାର୍ଗରେ ଶତାଧିକ ଶିକ୍ଷକଙ୍କ ଗଣଧାରଣା। ଏକାଧିକ ଦାବି ନେଇ ଧାରଣାକୁ ଓହ୍ଲାଇଛି ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତି । ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ-କର୍ମଚାରୀଙ୍କ ବିଭିନ୍ନ ଦାବି ନେଇ ଆଜି ଭୁବନେଶ୍ୱର ଗାନ୍ଧିମାର୍ଗରେ ମହାସମାବେଶ କରିବା ସହ ଅହୋରାତ୍ର ଗଣଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି ।
ଏନେଇ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ଶତାଧିକ ଶିକ୍ଷକ ଶିକ୍ଷୟତ୍ରୀ ରାଜରାସ୍ତାକୁ ଓହ୍ଲାଇଛନ୍ତି । ରାଜ୍ୟର ସମସ୍ତ ଅନୁଦାନଯୋଗ୍ୟ ବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ଅନୁଦାନ ପ୍ରଦାନ, ଅବସର ନେଇଥିବା ଓ ନେବାକୁ ଥିବା ଶିକ୍ଷକ-କର୍ମଚାରୀଙ୍କ ପାଇଁ ପେନସନ୍ ସହ ଚାକିରି ସର୍ତ୍ତାବଳୀ ଲାଗୁ କରିବା ଦାବି କରାଯାଇଛି।
ସେହିପରି ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ଖାଲି ପଡ଼ିଥିବା ପଦବୀରେ ନିଯୁକ୍ତି, ସମସ୍ତ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସରକାରୀକରଣ ଏବଂ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗଠିତ କମିଟିର ରିପୋର୍ଟକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ଦାବି ହୋଇଛି। ଏନେଇ ଶିକ୍ଷକଙ୍କ ସହ ଅଧିକ ଆଲୋଚନା କରିଛନ୍ତି ଆମ ଭୁବନେଶ୍ୱର ପ୍ରତିନିଧି ସ୍ତୁତି ରଂଜନ ପ୍ରଧାନ।
