ସାନଖେମୁଣ୍ଡିରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣି ଶିବିର

Independence

ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲାର ସାନଖେମୁଣ୍ଡି ବ୍ଲକ ମୁଖ୍ୟାଳୟଠାରେ ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଛି। ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ଓ ଆରକ୍ଷୀ ଅଧିକ୍ଷକ ହରିଶ ବିଶିଙ୍କ ସମେତ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର କୁମାର ଜେନା, ବ୍ରହ୍ମପୁର ଉପଜିଲ୍ଲାପାଳ ଅବିନାଶ କୁମାର ଏବଂ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଶିବିରରେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟାର ଶୁଣାଣି କରିଥିଲେ।

ଜନଶୁଣାଣି ଶିବିରରେ ମୋଟ ୩୬୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୩୧୧ଟି ବ୍ୟକ୍ତିଗତ ସମସ୍ୟା ସମ୍ପର୍କିତ ଥିବାବେଳେ ୫୦ଟି ଅଭିଯୋଗ ଗ୍ରାମ ସମ୍ପର୍କିତ ବିଭିନ୍ନ ସମସ୍ୟା ନେଇ ଆସିଥିଲା। ଅଭିଯୋଗଗୁଡ଼ିକର ଗୁରୁତ୍ବ ଅନୁଯାୟୀ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଆବଶ୍ୟକ ପଦକ୍ଷେପ ନେଇ ତ୍ୱରିତ ଓ ସମୟୋଚିତ ସମାଧାନ ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।

ଏହି ଅବସରରେ ୮ ଜଣ ହିତାଧିକାରୀଙ୍କ ପାଇଁ ରେଡ୍‌କ୍ରସ୍‌ ପାଣ୍ଠିରୁ ମୋଟ ୪୭,୫୦୦ ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା। ଏଥିସହ ଜଣେ ହିତାଧିକାରୀଙ୍କୁ ରାସନ କାର୍ଡ ପ୍ରଦାନ କରାଯିବା ସହ ୩ ଜଣ ଦିବ୍ୟାଙ୍ଗ ହିତାଧିକାରୀଙ୍କୁ ଟ୍ରାଇସାଇକେଲ୍‌ ପ୍ରଦାନ କରାଯାଇଥିଲା।

ଜନସାଧାରଣଙ୍କ ଅଭିଯୋଗକୁ ସିଧାସଳଖ ଶୁଣିବା ସହ ତାହାର ତ୍ୱରିତ ଓ ସମ୍ବେଦନଶୀଳ ସମାଧାନ କରିବା ଉପରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ନିରନ୍ତର ଗୁରୁତ୍ୱ ଦେଇଆସୁଛି।

ad-week
Leave A Reply

Your email address will not be published.