
ନୟାଗଡ଼ : ଓଡ଼ିଶା ସରକାରଙ୍କ ଦ୍ୱାରା ପ୍ରତି ଜିଲ୍ଲାରେ ଆରମ୍ଭ ହୋଇଥିବା ‘ନବ ସୃଜନ’ କାର୍ଯ୍ୟକ୍ରମ ଅନ୍ତର୍ଗତ ନୟାଗଡ଼ ଜିଲ୍ଲାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପରିଷଦ ପରିସରରେ ଥିବା ସୃଜନ କକ୍ଷଠାରେ ଆୟୋଜିତ ଏହି ଜିଲ୍ଲା ଜନସମ୍ପର୍କ କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରାଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଯୁବପିଢ଼ିଙ୍କ କାର୍ଯ୍ୟଦକ୍ଷତା ଉପରେ ଗୁରୁତ୍ୱାରୋପ କରି କହିଛନ୍ତି ଯେ, ଦକ୍ଷତା ହିଁ ଯୁବ ଗୋଷ୍ଠୀର ପ୍ରକୃତ ପରିଚୟ। ଯୁବକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା, ସେମାନଙ୍କର ଦକ୍ଷତା ବୃଦ୍ଧିକୁ ଅଗ୍ରାଧିକାର ଦେବା ଏବଂ ସଠିକ ମାର୍ଗଦର୍ଶନ ସହିତ ଉପଯୁକ୍ତ ସୁଯୋଗ ପ୍ରଦାନ କରାଗଲେ ଓଡ଼ିଶାରେ ଅନେକ ସଫଳ ଯୁବ ଉଦ୍ୟୋଗୀ ସୃଷ୍ଟି ହୋଇପାରିବେ। ଏହାଦ୍ୱାରା ସେମାନେ ନିଜେ ସ୍ୱାବଲମ୍ବୀ ହେବା ସହିତ ଅନ୍ୟମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ମଧ୍ୟ ସୃଷ୍ଟି କରିପାରିବେ ବୋଲି ମୁଖ୍ୟ ଅତିଥି ପ୍ରକାଶ କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ
ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ଷ୍ଟାର୍ଟ ଅପ୍ ଓଡ଼ିଶାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ନୟାଗଡ଼ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ ଏବଂ ପି.ଡି. ଶ୍ରୀଯୁକ୍ତ ଲଗ୍ନଜିତ ରାଉତ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ରହି କାର୍ଯ୍ୟକ୍ରମର ଆଭିମୁଖ୍ୟ ଓ ଯୁବପିଢ଼ିଙ୍କ ପାଇଁ ଥିବା ବିଭିନ୍ନ ସରକାରୀ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ।
