ଗଣେଶ ପୂଜା ଭସାଣି ବେଳେ ଜେନେରେଟରରେ ଲାଗିଲା ନିଆଁ, ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର  : ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଅଭାବନୀୟ ଘଟଣା । ଜେନେରେଟର ନିଆଁ ଲାଗି ୫ ଜଣ ଶିଶୁ ପୋଡ଼ି ଗୁରୁତର । ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ସହରରେ ମେଢ଼ ଭସାଣି ଶୋଭାଯାତ୍ରା ସମୟରେ ଏକ ଟ୍ରାକ୍ଟର ଉପରେ ଜେନେରେଟର ରଖାଯାଇଥିଲା । ଏହା ନିକଟରେ ପେଟ୍ରୋଲ୍ ଜାର୍ ରଖାଯାଇଥିବା ବେଳେ ଶିଶୁମାନେ ଜେନେରେଟର ପାଖରେ ବସି ଶୋଭାଯାତ୍ରା ଦେଖୁଥିଲେ । ଜେନେରେଟରର ଅତ୍ୟଧିକ ଉତ୍ତାପ ଯୋଗୁ ନିକଟରେ ଥିବା ପେଟ୍ରୋଲ୍ ଜାର୍ ରେ ହଠାତ୍ ନିଆଁ ଲାଗିଯାଇଥିଲା । ଫଳରେ ୫ ଜଣ ଶିଶୁ ନିଆଁରେ ପୋଡ଼ି ହୋଇ ଆହତ ହୋଇଥିଲେ । ପ୍ରଥମେ ସେମାନଙ୍କୁ ସ୍ଥାନୀୟ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରକୁ ନିଆଯାଇ ଚିକିତ୍ସା କରାଯାଇଥିଲା । ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ad-week
Leave A Reply

Your email address will not be published.