64 ଟି ଅଭିଯୋଗ ଶୁଣିଲେ ଜିଲ୍ଲାପାଳ, ୯ ଟିର ହେଲା ତତ୍କାଳ ସମାଧାନ…
କୋରାପୁଟ : ଦଶମନ୍ତପୁର ଗୋଷ୍ଠୀ ଉନ୍ନୟନ କାର୍ଯ୍ୟାଳୟଠାରେ ସୋମବାର ଜିଲ୍ଲାସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶୁଣାଣିରେ ଜନସାଧାରଣଙ୍କ ମୋଟ 64ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ 39ଟି ଗୋଷ୍ଠୀଗତ ଓ 25ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା। ଆର୍ଥିକ ସହାୟତା, ଘର ପଟ୍ଟା, ଜମିଜମା ବିବାଦ, ପାନୀୟ ଜଳ, ସ୍ୱାସ୍ଥ୍ୟ, ରାସ୍ତା ଓ ଯାତାୟାତ, ବିଦ୍ୟୁତ ସରବରାହ ଆଦି ବିଭିନ୍ନ ସମସ୍ୟା ନେଇ ଲୋକେ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ଉପସ୍ଥାପନ କରିଥିଲେ। ଏଥିମଧ୍ୟରୁ 9ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ଜିଲ୍ଲାପାଳ ଅଭିଯୋଗକାରୀ ମାନଙ୍କ ସମସ୍ୟାକୁ ଗୁରୁତ୍ୱର ସହ ଶୁଣିବା ସହ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଅଭିଯୋଗଗୁଡ଼ିକର ତ୍ୱରିତ ଓ ନିୟମାନୁଯାୟୀ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଶୁଣାଣିରେ କୋରାପୁଟ ଆରକ୍ଷୀ ଅଧୀକ୍ଷକ ରୋହିତ ବର୍ମା, ଉପ ଜିଲ୍ଲାପାଳ କୋରାପୁଟ ଫାବି ରସିଦ, ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, କୋରାପୁଟ ବେଣୁଧର ସବର, ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡ. ରବୀନ୍ଦ୍ର ନାଥଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ l
