କୁନ୍ଦୁରାଠାରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି

କୋରାପୁଟ:–12/10/26–:
କୁନ୍ଦୁରା ବ୍ଲକ୍ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ବହୁସଂଖ୍ୟାରେ ଜନସାଧାରଣ ଯୋଗଦେଇ ନିଜ ନିଜର ଅସୁବିଧା ଜଣାଇଥିଲେ।
ଆଜିର ଶୁଣାଣିରେ ମୋଟ 88ଟି ଅଭିଯୋଗ ପଞ୍କୀକୃତ ହୋଇଥିଲା। ସେଥିମଧ୍ୟରୁ 58ଟି ଗୋଷ୍ଠୀଗତ ଏବଂ 30ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା। ମୁଖ୍ୟତଃ ଆର୍ଥିକ ସହାୟତା, ବାସଗୃହ ପଟ୍ଟା, ଜମିଜମା ବିବାଦ, ପାନୀୟ ଜଳ ଯୋଗାଣ, ସ୍ୱାସ୍ଥ୍ୟ ସେବା, ରାସ୍ତାଘାଟ ଓ ଯାତାୟାତ ସମସ୍ୟା ତଥା ବିଦ୍ୟୁତ ସରବରାହ ଆଦି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସମସ୍ୟା ନେଇ ଲୋକେ ଅଭିଯୋଗ ଉପସ୍ଥାପନ କରିଥିଲେ। ତନ୍ମଧ୍ୟରୁ 19ଟି ଅଭିଯୋଗର ଘଟଣାସ୍ଥଳରେ ହିଁ ତୁରନ୍ତ (Spot Decision) ସମାଧାନ କରାଯାଇଥିଲା।
ଜିଲ୍ଲାପାଳ ଶ୍ରୀ ମହାଜନ ଅଭିଯୋଗକାରୀ ମାନଙ୍କର ସମସ୍ୟାଗୁଡ଼ିକୁ ଗୁରୁତ୍ୱର ସହ ଶୁଣିବା ସହ ସେଗୁଡ଼ିକର ତ୍ୱରିତ ଓ ନିୟମାନୁଯାୟୀ ସମାଧାନ ପାଇଁ ଉପସ୍ଥିତ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।
କାର୍ଯ୍ୟକ୍ରମରେ ଜ଼ିଲ୍ଲାପାଳଙ୍କ ବ୍ୟତୀତ କୋରାପୁଟ ଆରକ୍ଷୀ ଅଧୀକ୍ଷକ ରୋହିତ ବର୍ମା, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ନିର୍ବାହୀ ଅଧିକାରୀ ବେଣୁଧର ସବର, ଜୟପୁର ଉପଜିଲ୍ଲାପାଳ ସୁଭ୍ରା ପଣ୍ଡା ଏବଂ ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ଅର୍ଚ୍ଚିତା ମିତ୍ତଲ
ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ସମେତ ବିଭିନ୍ନ ବିଭାଗର ବ୍ଲକସ୍ତରୀୟ ଓ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଗ୍ରହଣ ପ୍ରକ୍ରିୟାରେ ସହଯୋଗ କରିଥିଲେ।

ad-week
Leave A Reply

Your email address will not be published.