ବାତ୍ୟା ‘ଅର୍ଣ୍ଣବ’ ପାଇଁ ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତ ସ୍ଥଗିତ !

puja26

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ ବାତିଲ ହୋଇଥିବା ଏକ ଅସମର୍ଥିତ ସୂତ୍ରରୁ ସୂଚନା ମିଳିଛି। ତେବେ ଏ ସଂପର୍କରେ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ କୌଣସି ବିଧିବଦ୍ଧ ସୂଚନା ଦିଆଯାଇନାହିଁ। ଆସନ୍ତା ୨୮ ତାରିଖରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବାର ଥିଲା। ଏହି ଅବସରରେ ସେ ମୟୂରଭଞ୍ଜ ଜିଲାର ରାଇରଙ୍ଗପୁର ଗସ୍ତ କରିବା କାର୍ଯ୍ୟକ୍ରମ ରହିଥିଲା; କିନ୍ତୁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସମ୍ଭାବ୍ୟ ବାତ୍ୟା ନେଇ ଆକଳନ କରାଯିବା ପରେ ତାଙ୍କ ଗସ୍ତକୁ ବାତିଲ୍‌ କରାଯାଇଥିବା ସୂଚନା ମିଳିଛି। ତେବେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଆସନ୍ତା ନଭେମ୍ବର ୪ କିମ୍ବା ୫ ତାରିଖରେ ଓଡ଼ିଶା ଆସିପାରନ୍ତି ବୋଲି କୁହାଯାଉଛି। ଅନ୍ୟପକ୍ଷରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୫ ତାରିଖରେ ଓଡ଼ିଶା ଗସ୍ତରେ ଆସି ଖୋରଧାଠାରେ ଆର୍‌ବିଆଇ ଡାଟା ସେଣ୍ଟର ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ସମ୍ଭାବ୍ୟ ବାତ୍ୟା ଦୃଷ୍ଟିରୁ ଏହି ଗସ୍ତକୁ ନେଇ ମଧ୍ୟ ଅନିଶ୍ଚିତତା ସୃଷ୍ଟି ହୋଇଛି।

ad-week
Leave A Reply

Your email address will not be published.