‘ଅର୍ଣ୍ଣବ’ ପ୍ରଭାବ: ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରେ ସ୍କୁଲ୍ ସହ ଅଙ୍ଗନବାଡ଼ି ବନ୍ଦ ଘୋଷଣା

puja26

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ସାମୁଦ୍ରିକ ଝଡ଼ ‘ଅର୍ଣ୍ଣବ’ (Cyclone Arnab) ର ପ୍ରଭାବ ଓଡ଼ିଶାର ଦକ୍ଷିଣ ଓ ପଶ୍ଚିମାଞ୍ଚଳ ଜିଲ୍ଲାଗୁଡ଼ିକରେ ଅନୁଭୂତ ହେବାକୁ ଯାଉଛି। ପାଣିପାଗ ବିଭାଗର ଚେତାବନୀ ଏବଂ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନାକୁ ଆଖିଆଗରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।ଏହି କ୍ରମରେ ନବରଙ୍ଗପୁର ଏବଂ ରାୟଗଡ଼ା ଜିଲ୍ଲାରେ ସମସ୍ତ ସ୍କୁଲ୍ ସହିତ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ମଧ୍ୟ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି। ବିଦ୍ୟାଳୟରେ ଶିକ୍ଷକ ଓ ଅନ୍ୟ କର୍ମଚାରୀ ଉପସ୍ଥିତ ରହିବାକୁ କଡ଼ା ନିର୍ଦ୍ଦେଶ। ନବରଙ୍ଗପୁରରେ ୨ ଦିନ ସ୍କୁଲ ବନ୍ଦ ରହିବ ।

ଝଡ଼ବର୍ଷା ସମୟରେ ପିଲାମାନଙ୍କ ଯାତାୟତ ଏବଂ ସୁରକ୍ଷାକୁ ବିଚାରକୁ ନେଇ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଏବଂ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ସ୍ଥଗିତ ରଖାଯାଇଛି।ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସତର୍କ ରହିବାକୁ ଏବଂ ପ୍ରଶାସନର ପରାମର୍ଶ ପାଳନ କରିବାକୁ ଅନୁରୋଧ କରାଯାଇଛି। ବାତ୍ୟା ପରିସ୍ଥିତି ଉପରେ ରାଜ୍ୟ ସରକାର ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ତୀକ୍ଷ୍ଣ ନଜର ରଖାଯାଇଛି।

ad-week
Leave A Reply

Your email address will not be published.