ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କୋରାପୁଟ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜରୁରୀକାଳୀନ ସମୀକ୍ଷା ବୈଠକ

puja26

କୋରାପୁଟ : ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କୋରାପୁଟ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ଜରୁରୀକାଳୀନ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରାକୃତିକ ବିପର୍ଯ୍ୟୟର ସଫଳ ମୁକାବିଲା ତଥା ଧନଜୀବନ ସୁରକ୍ଷା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।

ବୈଠକରେ ଜିଲ୍ଲାର ସାମଗ୍ରିକ ପ୍ରସ୍ତୁତି ସହ ଜରୁରୀକାଳୀନ ସେବା, ଉଦ୍ଧାର ଓ ରିଲିଫ୍ କାର୍ଯ୍ୟର ରୂପରେଖ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ବାତ୍ୟା ଆଶ୍ରୟସ୍ଥଳୀଗୁଡ଼ିକୁ କାର୍ଯ୍ୟକ୍ଷମ ରଖିବା ସହ ସେଠାରେ ବିଶୁଦ୍ଧ ପାନୀୟ ଜଳ, ଆଲୋକ, ଶୁଖିଲା ଖାଦ୍ୟ ଓ ଆବଶ୍ୟକୀୟ ଔଷଧ ସମେତ ସମସ୍ତ ଜୀବନରକ୍ଷାକାରୀ ସାମଗ୍ରୀ ମହଜୁଦ ରଖିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଯେକୌଣସି ଜରୁରୀ ପରିସ୍ଥିତିର ତ୍ୱରିତ ମୁକାବିଲା ପାଇଁ ସମସ୍ତ ଲାଇନ୍ ଡିପାର୍ଟମେଣ୍ଟ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବା ଉପରେ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଛନ୍ତି। ଏଥିସହ ତଳିଆ ଅଞ୍ଚଳ ଓ ସମ୍ବେଦନଶୀଳ ସ୍ଥାନଗୁଡ଼ିକ ଉପରେ କଡ଼ା ନଜର ରଖିବା ସହ ଆବଶ୍ୟକ ସ୍ଥଳେ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ପ୍ରଶାସନିକ ଟିମ୍‌କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ad-week
Leave A Reply

Your email address will not be published.