ମାଳିପୁଟରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି: ୩୭ଟି ଅଭିଯୋଗ ପଞ୍ଜୀକୃତ, ୩ଟିର ତତ୍କାଳ ସମାଧାନ

puja26

କୋରାପୁଟ : କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ମାଳିପୁଟ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ମୋଟ ୩୭ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ୩୦ଟି ଗୋଷ୍ଠୀଗତ ଓ ୭ଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୩ଟି ଅଭିଯୋଗର ଘଟଣାସ୍ଥଳରେ ହିଁ ତତ୍କାଳ ସମାଧାନ କରାଯାଇଛି।

ଶିବିରରେ ମୁଖ୍ୟତଃ ଆର୍ଥିକ ସହାୟତା, ଘରଡିହ ପଟ୍ଟା ପ୍ରଦାନ, ଜମିଜମା ବିବାଦ, ପାନୀୟ ଜଳ ଯୋଗାଣ, ଉନ୍ନତ ସ୍ୱାସ୍ଥ୍ୟସେବା, ଗମନାଗମନ ପାଇଁ ରାସ୍ତା ନିର୍ମାଣ ତଥା ବିଦ୍ୟୁତ୍ ସମସ୍ୟା ଭଳି ବିଭିନ୍ନ ଦାବି ନେଇ ଜନସାଧାରଣ ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ। ଜିଲ୍ଲାପାଳ ଜନସାଧାରଣଙ୍କ ସମସ୍ତ ଅଭିଯୋଗ ଧୈର୍ଯ୍ୟର ସହ ଶୁଣିବା ସଙ୍ଗେ ସଙ୍ଗେ ବାକି ଥିବା ଅଭିଯୋଗଗୁଡ଼ିକର ତ୍ୱରିତ ଓ ନିୟମାନୁଯାୟୀ ସମାଧାନ ନିମନ୍ତେ ବିଭାଗୀୟ ଅଧିକାରୀମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

ଏହି ଶୁଣାଣି କାର୍ଯ୍ୟକ୍ରମରେ କୋରାପୁଟ ଉପଜିଲ୍ଲାପାଳ ଫାବି ରଶିଦ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ (ASP) ମନୋଜ ପୂଜାରୀ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-କାର୍ଯ୍ୟନିର୍ବାହୀ ଅଧିକାରୀ ବେଣୁଧର ଶବର, ପଟ୍ଟାଙ୍ଗି ପଞ୍ଚାୟତ ସମିତି ଅଧ୍ୟକ୍ଷଙ୍କ ସମେତ ବିଭିନ୍ନ ଜିଲ୍ଲା ତଥା ବ୍ଲକସ୍ତରୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.