ଚାମେଲୀ ଓଝାଙ୍କ ବାପା ଓ ଭାଇଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗ

kalipuja

ମହାକାଳପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାରେ ଚାଞ୍ଚଲ୍ୟ ଖେଳିଯାଇଛି । ତିଖିରି ସରପଞ୍ଚ ଚାମେଲୀ ଓଝାଙ୍କ ବାପା ଓ ଭାଇଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗ ହୋଇଛି । ଆକ୍ରମଣରେ ଚାମେଲୀଙ୍କ ବାପା ଗୁରୁତର ହୋଇପଡ଼ିଥିବା ବେଳେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁସାରେ, ଗତକାଲି ରାତିରେ ତିଖିରି ଗାଁର ଏକ ଦୋକାନରୁ ବାଣ କିଣୁଥିବା ସମୟରେ ଏହି ଆକ୍ରମଣ ହୋଇଥିଲା । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁର ଦୁଇ ଜଣ ଏହି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଆକ୍ରମଣରେ ସରପଞ୍ଚଙ୍କ ବାପା ଓ ଭାଇ ଆହତ ହୋଇଛନ୍ତି । ବାପାଙ୍କ ଅବସ୍ଥା ଗୁରୁତର ରହିଛି ।  ଘଟଣାକୁ ନେଇ ମାର୍ଶାଘାଇ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।  ଆକ୍ରମଣର କାରଣ ଓ ଏଥିରେ ସମ୍ପୃକ୍ତ ଅନ୍ୟମାନଙ୍କ ବିଷୟରେ ଖୋଳତାଡ଼ ଜାରି ରହିଛି ।

ad-week
Leave A Reply

Your email address will not be published.