ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ

add-all

ପୁରୀ: ଆଜି ପବିତ୍ର ମାଘ ପୂର୍ଣ୍ଣିମା। ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ। ଏ ନେଇ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ ହୋଇଛି। ଏହି ଅବସରରେ ମହାପ୍ରଭୁ ସୋଲ, ଜରି ଆଦିରେ ପ୍ରସ୍ତୁତ ଆୟୁଧ, ଅଳଙ୍କାର ପରିଧାନ କରି ଭକ୍ତଙ୍କୁ ଦର୍ଶନ ଦେବେ।

ପ୍ରତିବର୍ଷ ମହାପ୍ରଭୁଙ୍କ ଏହି ବେଶ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ ରହେ, ଯାହାକୁ ଦୃଷ୍ଟିରେ ରଖି ଚଳିତ ଥର ମଧ୍ଯ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଶ୍ରୀମନ୍ଦିର ପରିସରରେ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ହେଉଥିବା ଏହି ବେଶ ଅତି ଦୁର୍ଲଭ।

ad-week
Leave A Reply

Your email address will not be published.