
ଗଞ୍ଜାମ:ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଗଞ୍ଜାମ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କରାଯାଇଛି। ନଭେମ୍ବର ୧୪ ଓ ୧୫ ତାରିଖରେ ଥିବା ଛୁଟିକୁ ଜିଲ୍ଲାପାଳ ବାତିଲ୍ କରିଛନ୍ତି। ଏନେଇ ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କୁ ଅଫିସରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁଯାୟୀ, ଶନିବାର ଓ ରବିବାର ମଧ୍ୟ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ। ଏହି ଦୁଇ ଦିନ ସମସ୍ତ ବିଭାଗର ଅଧିକାରୀ ଓ କର୍ମଚାରୀ ନିଜ ନିଜ କାର୍ଯ୍ୟାଳୟରେ ଉପସ୍ଥିତ ରହି ସରକାରୀ କାର୍ଯ୍ୟ ତୁଲାଇବେ। ବାତ୍ୟା ପରବର୍ତ୍ତୀ ସ୍ଥିତିରେ କ୍ଷତିଗ୍ରସ୍ତ ଅଞ୍ଚଳର ପୁନରୁଦ୍ଧାର,ଆବଶ୍ୟକ ସହାୟତା ଓ ଥଇଥାନ କାର୍ଯ୍ୟକୁ ଗୁରୁତ୍ୱ ଦେଇ ପ୍ରଶାସନ ଏହି ନିଷ୍ପତ୍ତି ନେଇଛି।
