ସମ୍ଭାବ୍ୟ ବାତ୍ୟା ଓ ପାଣିପାଗର ପ୍ରତିକୂଳ ସ୍ଥିତିକୁ ନେଇ ୧୭ରୁ ୨୦ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

kalipuja

ଭୁବନେଶ୍ୱର: ସମୁଦ୍ରରେ ସମ୍ଭାବ୍ୟ ବାତ୍ୟା ଓ ପାଣିପାଗର ପ୍ରତିକୂଳ ସ୍ଥିତିକୁ ନେଇ ସତର୍କ ହୋଇଛନ୍ତି ରାଜ୍ୟ ସରକାର। ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର (SRC)ଙ୍କ ପକ୍ଷରୁ ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୧୭ରୁ ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି।

ବର୍ତ୍ତମାନ ସମୁଦ୍ରରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ରହିଥିବା ବେଳେ ଝଟ୍‌କା ପବନର ବେଗ ୬୫ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷକରି ଦକ୍ଷିଣ ଓଡ଼ିଶା ଉପକୂଳରେ ସମୁଦ୍ରର ସ୍ଥିତି ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ କୁହାଯାଇଛି। ଏହାସହ ଯେଉଁ ମତ୍ସ୍ୟଜୀବୀମାନେ ଏବେ ସମୁଦ୍ରରେ ଅଛନ୍ତି, ସେମାନଙ୍କୁ ୧୫ ତାରିଖ ସୁଦ୍ଧା କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ମଧ୍ୟ ସତର୍କତା ଜାରି ହୋଇଛି। ୧୮ ତାରିଖ ପାଇଁ ଗଞ୍ଜାମ, ଗଜପତି, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ସେହିପରି ୧୯ ତାରିଖ ପାଇଁ କନ୍ଧମାଳ, ରାୟଗଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ନୟାଗଡ଼, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୨୦ ତାରିଖ ପାଇଁ ମଧ୍ୟ ରାଜ୍ୟର ଅଧିକାଂଶ ଜିଲ୍ଲାରେ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ରହିଛି।

ad-week
Leave A Reply

Your email address will not be published.