‘ଅକଭାନ୍’ ପାଇଁ ମାଲକାନଗିରିରେ ଦୁଇ ଦିନ ସ୍କୁଲ୍ ଛୁଟି

kalipuja

ମାଲକାନଗିରି: ବାତ୍ୟା ‘ଅକଭାନ୍’ ଲାଗି ମାଲକାନଗିରି ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ସ୍କୁଲ ଓ କଲେଜକୁ ଛୁଟି ଘୋଷଣା କଲେ ମାଲକାନଗିରି ଜିଲ୍ଲାପାଳ । ଆସନ୍ତା ୧୯ ଓ ୨୦ ତାରିଖ ଦିନ ଛାତ୍ରଛାତ୍ରୀଙ୍କ ଲାଗି ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି । ଛାତ୍ରଛାତ୍ରୀଙ୍କ ପାଇଁ ଛୁଟି ଘୋଷଣା ହୋଇଥିବା ବେଳେ ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କୁ ବିଦ୍ୟାଳୟରେ ଉପସ୍ଥିତ ରହିବା ଲାଗି ନିର୍ଦ୍ଦେଶ ଦିଆଯାଇଛି । ସେପଟେ ବାତ୍ୟା ଆଶଙ୍କା ଯୋଗୁଁ ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ମଧ୍ୟ ବାତିଲ କରିଛନ୍ତି ଜିଲ୍ଲାପାଳ ।

ବଙ୍ଗୋପସାଗରରେ ଘନୀଭୂତ ହେଉଛି ବାତ୍ୟା ‘ଅକଭାନ୍’ । ୧୯ ତାରିଖ ସକାଳ ସୁଦ୍ଧା ଅତି ଭୀଷଣ ବାତ୍ୟାର ରୂପ ନେବା ସହ ନଭେମ୍ବର ୨୦ ତାରିଖ ମଧ୍ୟାହ୍ନରେ ଆନ୍ଧ୍ରପ୍ରଦେଶର ନେଲୋର ଓ ଟୁନି ମଧ୍ୟରେ ୟାନମ୍ ନିକଟବର୍ତ୍ତୀ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ।

ଏହା ପ୍ରଭାବରେ ୧୮ ତାରିଖରୁ ରାଜ୍ୟର ଉପକୂଳ ଓ ଦକ୍ଷିଣ ଓଡ଼ିଶାର ୧୬ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆରମ୍ଭ ହୋଇ ୧୯ ତାରିଖରେ ସାରା ରାଜ୍ୟରେ ବିସ୍ତୃତ ଭାବେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଶେଷକରି ୨୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ ଆଲର୍ଟ ଏବଂ ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଥିବା ବେଳେ ୨୧ ତାରିଖରେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲା ପାଇଁ ଅରେଞ୍ଜ ଏବଂ ୮ଟି ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ଆସନ୍ତା ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯିବା ସହ ଓଡ଼ିଶାର ସମସ୍ତ ବନ୍ଦର ପାଇଁ ୨ ନମ୍ବର ଦୂରବର୍ତ୍ତୀ ସତର୍କ ସୂଚନା ଜାରି କରାଯାଇଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି ।

ad-week
Leave A Reply

Your email address will not be published.